ଭଦ୍ରକ(ପାର୍ଥସାରଥୀ ନାୟକ): ରାସ୍ତା ପାର୍ଶ୍ୱରେ ପଡ଼ିଛନ୍ତି ଘୁଷୁରୀ। ଗୋଟେ କି ଦୁଇଟି ନୁହେଁ, ଏକାଥରକେ ୭୦ରୁ ଅଧିକ ଘୁଷୁରୀଙ୍କ ମୃତଦେହ। ତେବେ କେଉଁ କାରଣରୁ ଘୁଷୁରୀଙ୍କ ମୃତ୍ୟୁ ହୋଇଛି, ତାହା ଜଣାପଡ଼ି ନାହିଁ। ଏପରି ଚିତ୍ର ଆସିଛି ଭଦ୍ରକ ଜିଲ୍ଲାରୁ।
ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ ଯାଜପୁରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶ୍ୱରେ ୭୦ରୁ ଅଧିକ ଘୁଷୁରୀ ମରି ପଡ଼ିଛନ୍ତି। ଘୁଷୁରୀଙ୍କୁ କେହି ଖାଦ୍ୟରେ ବିଷ ଦେଇ ମାରିଥାଇପାରନ୍ତି କିମ୍ବା ଘାସକୁ ମାରିବା ପାଇଁ ସଞ୍ଚନ ହୋଇଥିବା ବିଷ ଘାସକୁ ଖାଇଥିବା ଅନୁମାନ କରାଯାଉଛି। ତେବେ ବର୍ତ୍ତମାନ ସୁଦ୍ଧା ଘୁଷୁରୀ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ି ନାହିଁ। ସ୍ଥାନୀୟ ଲୋକଙ୍କ କହିବା ଅନୁସାରେ ରବିବାର ଘୁଷୁରୀଙ୍କୁ ଚରାଉଥିଲେ ତାଙ୍କ ମାଲିକ। ହେଲେ ଆଜି ସକାଳେ ରାସ୍ତା ମଝିରେ ୭୦ରୁ ଅଧିକ ଘୁଷୁରୀ ମରି ପଡ଼ିଥିବା ଦେଖିବାକୁ ପାଇଥିଲେ ସ୍ଥାନୀୟ ଲୋକେ। ହେଲେ ଘଟଣା ସ୍ଥଳରୁ ଘୁଷୁରୀ ମାଲିକ ଫେରାର ଥିବା ଜଣାପଡିଛି। ତାଙ୍କ ଠିକଣା ମଧ୍ୟ ଜଣାପଡ଼ି ନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।