ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଏକ ସଙ୍ଗେ ଘରୁ ବାହାରିଥିଲେ ପତିପତ୍ନୀ। ଏକ ସ୍କୁଟିରେ ଗନ୍ତବ୍ୟ ସ୍ଥଳ ଅଭିମୁଖେ ଯାଉଥିଲେ। ହେଲେ ବିଧିର ବିଧାନ ଥିଲା ଅଲଗା। ଗନ୍ତବ୍ୟ ସ୍ଥଳରେ ପହଞ୍ଚିବା ପୂର୍ବରୁ ଘଟିଲା ଦୁର୍ଘଟଣା । ଉଜୁଡ଼ିଗଲା ସଂସାର। ଏକ ଟ୍ରକ୍ ପିଟି ଦେବାରୁ ସ୍କୁଟିରେ ବସିଥିବା ପତ୍ନୀଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଗୁରୁତର ଆହତ ହୋଇଛନ୍ତି ସ୍ୱାମୀ। ଏପରି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଆଜି ସକାଳେ ରାଜଧାନୀ ଭୁବନେଶ୍ୱରରେ ଘଟିଛି।
ଭୁବନେଶ୍ୱର ନୂଆଗାଁ ପେଟ୍ରୋଲ ଟାଙ୍କି ନିକଟରେ ଆଜି ସକାଳେ ଏହି ଦୁର୍ଘଟଣା ଘଟିଛି। ସ୍ଥାନୀୟ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି । ଦୁର୍ଘଟଣା ଯୋଗୁ କିଛି ସମୟ ପାଇଁ ପେଟ୍ରୋଲ ଟାଙ୍କି ନିକଟରେ ରାସ୍ତା ଜାମ୍ ହୋଇଥିଲା। ପୁଲିସ୍ ପହଞ୍ଚି ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଗୁରୁତର ସ୍ୱାମୀଙ୍କୁ ମେଡିକାଲ ପଠାଇଛି। ଏହାପରେ ଯାନାବାହନ ଚଳାଚଳ ସ୍ୱାଭାବିକ ହୋଇଛି। ହେଲେ ଦୁର୍ଘଟଣାର ଶିକାର ହୋଇଥିବା ଦମ୍ପତିଙ୍କ ପରିଚୟ ମିଳିପାରିନି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମନ୍ତ୍ରୀ ନବ ଦାସ ହତ୍ୟା ମାମଲା: ଅଡ଼ୁଆରେ ମୋହନ ସରକାର, ଆଗରେ ୯ଟି ପ୍ରଶ୍ନ
ପୁଲିସ ଜରିଆରେ ତାଙ୍କ ପିତାଙ୍କୁ ହତ୍ୟା କରାଯାଇଛି ବୋଲି ଦୀପାଳି ଗତ ୩ ଦିନ ତଳେ କହିଲେ, କିନ୍ତୁ ସେତେବେଳେ କିଏ ସେ ତୃତୀୟ ମହଲାର ଆଇପିଏସ୍ ଅଫିସର ଯିଏ ପୁଲିସକୁ ନିୟନ୍ତ୍ରଣରେ ରଖିଥିଲେ ଓ ତାଙ୍କ ଭୂମିକା ଏହି ହତ୍ୟାକାଣ୍ଡରେ କ’ଣ ଥିଲା କାହିଁକି ତାହା ଯାଂଚ କ୍ରାଇମବ୍ରାଂଚ କଲାନି କି ବର୍ତ୍ତମାନର ବିଜେପି ସରକାର କରୁନାହାନ୍ତି?
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।