ପୁରୀ (ଓଡ଼ିଶା ରିପୋର୍ଟର): ରଥଯାତ୍ରା ଯେତେ ପାଖେଇ ଆସୁଛି, ସେତେ ସସପେନ୍ସ ବଢ଼ିଚାଲିଛି। ଯଦିଓ ଏଥର ରଥଯାତ୍ରା ହେବ, ତାହେଲେ ରଥ କିଏ ଟାଣିବ? ଏତିକି ଚର୍ଚ୍ଚା ହେଉଛି ଯେ ଏଥର ହାତୀ ଟାଣିବ ରଥ। ଘୋଷଯାତ୍ରାରେ ଶ୍ରୀକ୍ଷେତ୍ରରେ କିଭଳି ହେବ ରଥଟଣା। ମେସିନ କିମ୍ବା ହାତୀ ଦ୍ୱାରା ରଥ ଟଣାଯିବ, ସେ ସମ୍ପର୍କରେ ଶୀଘ୍ର ନିଷ୍ପତ୍ତି ନେବାକୁ ହାଇକୋର୍ଟ ରାଜ୍ୟ ସରକାରଙ୍କୁ ପରାମର୍ଶ ଦେବା ପରେ ସେବାୟତ ମାନଙ୍କ ମଧ୍ୟରେ ପ୍ରକାଶ ପାଇଛି ମିଶ୍ର ପ୍ରତିକ୍ରିୟା।
ବରିଷ୍ଠ ଦଇତାପତି ତଥା ସୁଦୁସୁଆର ନିଯୋଗ ସମ୍ପାଦକ ପ୍ରେମାନନ୍ଦ ଦାସ ମହାପାତ୍ର କହିଛନ୍ତି, ହାତୀ ଦ୍ୱାରା ରଥ ଟଣାଯିବା ଉଚିତ୍। ହାତୀ, ସେବାୟତ ଓ ପୁଲିସ ମିଶି ରଥ ଟାଣିଲେ ଭଲ। ଆଉ ଜଣେ ବରିଷ୍ଠ ଦଇତାପତି ବିନାୟକ ଦାସ ମହାପାତ୍ର ହାତୀ ଦ୍ୱାରା ରଥଟଣାକୁ ସମ୍ପୂର୍ଣ୍ଣ ଅସ୍ୱୀକାର କରିନଥିଲେ ମଧ୍ୟ ଏଥିପାଇଁ ବୋଲ ମାନୁଥିବା ହାତୀ ଦରକାର ବୋଲି କହିଛନ୍ତି।
ସେପଟେ ସୁଭଦ୍ରାଙ୍କ ରଥର ମୁଖ୍ୟ ବିଶ୍ୱକର୍ମା କୃଷ୍ଣଚନ୍ଦ୍ର ମହାରଣା କହିଛନ୍ତି, ମେସିନ୍ ଲଗାଇ ଟାଣିଲେ ଭଲ ହେବ ଆଜି ସୁଦୁସୁଆର ନିଯୋଗ ପକ୍ଷରୁ ରଥ ଟାଣିବା ପାଇଁ ୫୦ ଜଣଙ୍କ ତାଲିକା ଦିଆଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଭିନ୍ନକ୍ଷମଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ: ଜିଲ୍ଲାପାଳଙ୍କୁ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ ଅନୁମତି
ଏବେ ପ୍ରଚଳିତ ନିୟମ ଅନୁସାରେ, ଭିନ୍ନକ୍ଷମ ବ୍ୟକ୍ତିଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ ନିମନ୍ତେ ଜିଲ୍ଲାଗୁଡ଼ିକୁ ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଅନୁମୋଦନ ନେବାକୁ ପଡ଼ିଥାଏ ।
Education
OSSTET-୨୦୨୪ ପାଇଁ ବିଏସ୍ଇ ୱେବସାଇଟ୍ରେ ଉପଲବ୍ଧ ହେଲା ଆଡ୍ମିଟ୍ କାର୍ଡ
ମୋଟ ୫୦,୫୮୭ ଜଣ ଏହି ପରୀକ୍ଷା ଦେବେ। ସେମାନଙ୍କ ମଧ୍ୟରୁ ୪୭,୨୦୬ ଜଣ ପ୍ରଥମ ପେପର ଓ ୩୩୮୧ ଜଣ ଦ୍ୱିତୀୟ ପେପର ପରୀକ୍ଷା ଦେବେ।
Miscellaneous
ସଶକ୍ତ ହେବେ ଗ୍ରାମୀଣ କାରିଗର: ୟଙ୍ଗ ଇଣ୍ଡିଆନସ୍ ଭୁବନେଶ୍ୱର
ପ୍ରତ୍ୟେକ ପ୍ରତିଭାବାନ ବ୍ୟକ୍ତିବିଶେଷଙ୍କୁ ସେମାନଙ୍କର ଦକ୍ଷତା ପ୍ରଦର୍ଶନ ଏବଂ ଜୀବିକା ନିର୍ବାହ ପାଇଁ ଏହି ସୁଯୋଗ ଏକ ପ୍ଲାଟଫର୍ମ ପ୍ରଦାନ କରିବାକୁ ଲକ୍ଷ୍ୟ ରଖିଛି।
Crime
୩ ପ୍ରେମିକ ଭଲ ପାଉଥିଲେ; ବାହା ହେବା ପାଇଁ ମନା କରିବାରୁ ମାରି ଝୁଲାଇ ଦେଲେ!
ଜେମାଙ୍କଠାରୁ ପ୍ରତ୍ୟାଖିତ ହେବା ପରେ ଏକ ତରଫା ପ୍ରେମିକମାନେ ଚିନ୍ତାରେ ପଡ଼ିଯାଇଥିଲେ। ପ୍ରତିଶୋଧ ପରାୟଣା ହୋପଡ଼ିଥିଲେ। ଜେମାଙ୍କୁ ରାସ୍ତାରୁ ହଟାଇବା ପାଇଁ ଯୋଜନା କରିଥିଲେ। ଆଜି ଅପରାହ୍ନରେ ଜେମାଙ୍କୁ ହତ୍ୟା କରି ଗାଁ ମୁଣ୍ଡ ଗଛରେ ଥିବା ଏକ ଗଛରେ ଝୁଲାଇ ଦେଲେ।