ଜଗତସିଂହପୁର (ଓଡ଼ିଶା ରିପୋର୍ଟର): ଜଗତସିଂହପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ଗତକାଲି ରାତିରେ ମଦ ଜବତ କରାଯାଇଛି। ଡାକ୍ତରଖାନାର ଦ୍ୱିତୀୟ ମହଲାରେ ସୁରକ୍ଷାକର୍ମଚାରୀଙ୍କୁ ଦିଆଯାଇଥିବା କୋଠରୀରୁ ୨୦ରୁ ଅଧିକ ଦେଶୀ ଓ ବିଦେଶୀ ମଦ ବୋତଲ ଜବତ କରାଯାଇଛି।
ଗଣମାଧ୍ୟମ ପ୍ରତିନିଧିଙ୍କ ଠାରୁ ସୂଚନା ପାଇ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଉକ୍ତ ରୁମ୍ ଖୋଲିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ସେଠାରେ ମଦ ଥିବା ଦେଖିବା ପରେ ସେ ସଦର ଥାନାକୁ ଖବର ଦେଇଥିଲେ। ପୁଲିସ୍ ସେଠାରୁ ମଦ ଜବତ କରିଥିବା ବେଳେ ଘଟଣାର ତଦନ୍ତ ଆରମ୍ଭ କରିଛି।
ଏ ନେଇ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଅଜୟ କୁମାର ବୈଠାରୁ କହିଛନ୍ତି, ଡାକ୍ତରଖାନାକୁ ଏତେ ପରିମାଣରେ ମଦ କିପରି ଆସିଲା, ତାହାର ତଦନ୍ତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ରିପୋର୍ଟ ଆସିବା ପରେ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ।
ସୂଚନାଯୋଗ୍ୟ, ଜୁନ୍ ୧୦ ତାରିଖରେ ଏହି ଡାକ୍ତରଖାନାର ଏକ ପାଇଖାନା ମଧ୍ୟରୁ ନବଜାତ ଶିଶୁର ମୃତଦେହ ଉଦ୍ଧାର କରାଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।