ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଲକଡାଉନ ବେଳେ ହୋମ୍ ଡେଲିଭରି ଦିଆଯିବ ମଦ। ଉଭୟ ଅଫ୍, ଅନ୍, ସିଏଲ୍ ଦୋକାନୀ ହୋମ୍ ଡେଲିଭରି ଦେଇପାରିବେ। ଖାଦ୍ୟ ଯୋଗାଣକାରୀ ସଂସ୍ଥା ମଧ୍ୟ ହୋମ୍ ଡେଲିଭରି ଦେଇପାରିବେ
ଏନେଇ ଅବକାରୀ କମିଶନରଙ୍କୁ ଜଣାଇଲେ ଅବକାରୀ ସଚିବ। ଜିଲ୍ଲାପାଳମାନେ ନିଜ ନିଜ ଜିଲ୍ଲାରେ ଏଭଳି ବ୍ୟବସ୍ଥା କରିବାକୁ କହିଲେ ଅବକାରୀ ସଚିବ ।
ପୂର୍ବରୁ ମଧ୍ୟ ମଦର ବ୍ୟାପକ ଚାହିଦାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ମଦର ହୋମ୍ ଡେଲିଭରି ପାଇଁ ଅନୁମତି ଦେଇଥିଲେ। ଖାଦ୍ୟଯୋଗାଣ କରୁଥିବା ସଂସ୍ଥା ଅବା ମଦ ବିକ୍ରି ଲାଇସେନ୍ସ ଥିବା ଦୋକାନୀମାନେ ଅନଲାଇନ୍ ବୁକିଂ ବା ଟେକ୍ନୋଲୋଜି ମାଧ୍ୟମରେ ଏହି ମଦର ହୋମ୍ ଡେଲିଭରି କରିପାରିବେ। ଗତବର୍ଷ କୋଭିଡ୍ ଲକଡାଉନବେଳେ ଟେକ୍ନୋଲୋଜି ଉପଯୋଗ କରି ମଦର ହୋମ୍ ଡେଲିଭରି କରାଯାଉଥିଲା। ମଦ ଯୋଗାଣକୁ ସୁନିଶ୍ଚିତ ଓ ସୁବ୍ୟବସ୍ଥିତ କରିବା ନିମନ୍ତେ କୋଭିଡ୍ ଗାଇଡଲାଇନ୍ ଅନୁସାରେ ମଦ ନିଗମର ଗୋଦାମଗୁଡ଼ିକ କାର୍ଯ୍ୟ କରିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସରକାରୀ ଚାକିରି ବେପାର କରୁଥିଲେ 420 ଦମ୍ପତି
ରାଉରକେଲା ଟିମ୍ବର କୋଲୋନୀର ଲକ୍ଷ୍ମୀ ତନ୍ତି ଓ ତାଙ୍କ ସ୍ଵାମୀ ସଂଗ୍ରାମ ସାହୁ ପାଠଶାଠ କମ୍ ପଢ଼ିଛନ୍ତି। ତଥାପି ସରକାରୀ ଚାକିରି ବାଣ୍ଟୁଥିଲେ। ମାସର ଥରେ ବେକରେ ଆଇକାର୍ଡ ପକାଇ ରାଉରକେଲା କୋର୍ଟକୁ ଯାଉଥିଲେ।
Politics
କାଉଣ୍ଟର କଲା ବିଜେପି; ନବ ଦାସଙ୍କ ହତ୍ୟା ବେଳେ କାହିଁକି ଚୁପ୍ ଥିଲେ ଦୀପାଳି-ଆକାଶ?
ଦୀପାଳି କହିଛନ୍ତି, ଅନାସ୍ଥା ଯେତେବେଳେ ଆସିଲା ସେତେବେଳ ପ୍ରଶାସନ ଟାଳଟୁଳ ନୀତି ଅବଲମ୍ବନ କଲା। ଆମେ ହାଇକୋର୍ଟରୁ ନିର୍ଦ୍ଦେଶ ଆଣିଲୁ। ଅନାସ୍ଥା ପାଇଁ ତାରିଖ ଦିଆଗଲା ୧୦ ଜାନୁଆରୀ।
Special
ପ୍ଲାଷ୍ଟିକ୍ ବିରୋଧରେ ବଡ଼ ଲଢେଇ; ମାଗଣାରେ ଯୋଗାଇ ଦିଆଯାଉଛି ଷ୍ଟିଲ୍ ପ୍ଲେଟ, ଗ୍ଲାସ୍
ପରିବେଶ ସୁରକ୍ଷା ପାଇଁ ନୂଆପଡା ଜିଲ୍ଲା ଖରିଆର ରୋଡ୍ର ୨୦ ଜଣ ଯୁବକ ଓ ଯୁବତୀ ମିଶି ଗଢ଼ିଛନ୍ତି ‘ପହଲ’ ଅନୁଷ୍ଠାନ। ଏହି ଅନୁଷ୍ଠାନ ପଲିଥିନ୍ ଓ ପ୍ଲାଷ୍ଟିକ ବିରୋଧରେ ଲଢ଼େଇ ଆରମ୍ଭ କରିଛି।
Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।