Advertisment

୧ରୁ ବିଧାନସଭା, ପ୍ରଥମ ଦିନରେ ଆସିବ ଅତିରିକ୍ତ ବଜେଟ୍

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତା ଡିସେମ୍ବର ପହିଲାରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେବ। ଏହି ଅଧିବେଶନ ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ ଓ ଅଧିବେଶନର ପ୍ରଥମ ଦିନରେ ୨୦୨୧-୨୨ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ୍ ଗୃହରେ ଆଗତ ହେବ। ଆଜି ଏ ନେଇ ବିଧାନସଭା ସଚିବାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁସାରେ ମୋଟ ୨୬ ଦିନ ଅଧିବେଶନ ବସିବ। ଏଥିରେ ଡିସେମ୍ବର ୧୦ ତାରିଖରେ ଅତିରିକ୍ତ ବଜେଟକୁ ଗୃହୀତ […]

author-image
Ranjit Kumar Jena
୧ରୁ ବିଧାନସଭା, ପ୍ରଥମ ଦିନରେ ଆସିବ ଅତିରିକ୍ତ ବଜେଟ୍

odisha-assembly

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତା ଡିସେମ୍ବର ପହିଲାରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେବ। ଏହି ଅଧିବେଶନ ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ ଓ ଅଧିବେଶନର ପ୍ରଥମ ଦିନରେ ୨୦୨୧-୨୨ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ୍ ଗୃହରେ ଆଗତ ହେବ। ଆଜି ଏ ନେଇ ବିଧାନସଭା ସଚିବାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି।

Advertisment

ବିଜ୍ଞପ୍ତି ଅନୁସାରେ ମୋଟ ୨୬ ଦିନ ଅଧିବେଶନ ବସିବ। ଏଥିରେ ଡିସେମ୍ବର ୧୦ ତାରିଖରେ ଅତିରିକ୍ତ ବଜେଟକୁ ଗୃହୀତ ପାଇଁ ବ୍ୟୟ ମଞ୍ଜୁରୀ ବିଲ୍ ଆଗତ ଆସିବ। ଡିସେମ୍ବର ୧୧ରୁ ଡିସେମ୍ବର ୩୧ ଯାଏ ଗୃହର ଅଧିବେଶନରେ କି କାର୍ଯ୍ୟକ୍ରମ ହେବ, ତାହା ସ୍ଥିରକୃତ ହୋଇନାହିଁ। କେବଳ ଅଫିସିଆଲ ବିଜନେସ୍ ଓ ପ୍ରାଇଭେଟ୍ ମେମ୍ବର୍ସ ବିଜନେସ୍ ଭାବେ ଉଲ୍ଲେଖ ରହିଛି। ଡିସେମ୍ବର ୨୫ ଓ ୨୬ ଦୁଇ ଦିନ ଛୁଟି ରହିବ। ଏହି ଅଧିବେଶନରେ ମୁଖ୍ୟତଃ ମମିତା ମେହେର ହତ୍ୟା ଓ ସେକ୍ସ ସ୍କାଣ୍ଡାଲ, ଆଇନ୍ ଶୃଙ୍ଖଳା ବିପର୍ଯ୍ୟସ୍ତ, ଅଦିନିଆ ବର୍ଷାରେ ଧାନ ଫସଲ ନଷ୍ଟହେବା ଓ ମଣ୍ଡି ସମସ୍ୟା ଆଦି ପ୍ରସଙ୍ଗ ଗୃହକୁ ସରଗରମ କରାଇବ। ପଞ୍ଚାୟତ ନିର୍ବାଚନ ପୂର୍ବରୁ ଶେଷଥର ପାଇଁ ଅଧିବେଶନ ବସୁଥିବାରୁ ଉଭୟ ଶାସକ ଓ ବିରୋଧୀ ନିଜ ନିଜର ରଣନୀତି ମାଧ୍ୟମରେ ଲୋକଙ୍କ ନିକଟତର ହେବାକୁ ପ୍ରୟାସ କରିବେ।

ସୂଚନାଯୋଗ୍ୟ, ବିଧାନସଭା ଅଧିବେଶନ ଗୋଟିଏ କ୍ୟାଲେଣ୍ଡର ବର୍ଷରେ ୬୦ ଦିନ ବସିବାର ନିୟମ ରହିଛି। ଏବେ ୨୬ ଦିନ ବାକି ରହିଥିଲା। ଆଜି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଏନେଇ ସୂଚନା ଦେବା ସହ ରାଜ୍ୟପାଳ ଓ ରାଜ୍ୟ ସରକାରଙ୍କ ଅନୁମୋଦନ ପରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି କହିଥିଲେ।

Advertisment