ବଲାଙ୍ଗିର (ଘଟେଶ୍ୱର ମିଶ୍ର): ସୁବର୍ଣ୍ଣପୁର ଜିଲ୍ଲା ତରଭା ସହରର ନୂଆ ପଡ଼ାରେ ନିଆଁରେ ପୋଡ଼ି ହୋଇ ଗୋଟିଏ ପରିବାରର ୪ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ସ୍ୱାମୀସ୍ତ୍ରୀ ଓ ସେମାନଙ୍କର ଦୁଇ ଛୋଟ ଛୁଆ ଅଛନ୍ତି। ସମସ୍ତଙ୍କୁ ବଲାଙ୍ଗିରର ଭୀମଭୋଇ ମେଡିକାଲ୍ କଲେଜ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ପାରିବାରିକ କଳହକୁ କେନ୍ଦ୍ର କରି ଏହି ଅଘଟଣ ଘଟିଥିବା ସ୍ୱାମୀ ଟିକୁ ସୋରେନ କହିଛନ୍ତି।
ମିଳିଥିବା ସୂଚନା ଅନୁସାରେ, ଟିକୁଙ୍କ ମଦ ପିଆକୁ ନେଇ ଘରେ ସବୁବେଳେ ଅଶାନ୍ତି ଲାଗି ରହୁଥିଲା। ଏହି କଥାକୁ ନେଇ ଆଜି ସକାଳେ ପତ୍ନୀ କୌଶଲ୍ୟାଙ୍କ ସହ ତାଙ୍କର ବଚସା ହୋଇଥିଲା। ଏହା ପରେ କୌଶଲ୍ୟା ନିଜ ଦେହରେ ନିଆଁ ଲଗାଇ ଦେଇଥିଲେ। ଏହି ସମୟରେ ଘର ଭିତରେ ତାଙ୍କ ସ୍ୱାମୀ ଓ ୮ ବର୍ଷର ଝିଅ ଏବଂ ୪ ବର୍ଷର ପୁଅ ଥିଲେ। ସ୍ତ୍ରୀ ଓ ଦୁଇ ଛୁଆଙ୍କ ଦେହରେ ନିଆଁ ଲାଗି ଯାଇଥିବା ଦେଖି ଟିକୁ ସେମାନଙ୍କୁ ଉଦ୍ଧାର କରିବାକୁ ଚେଷ୍ଟା କରିଥିଲେ। ତେବେ ତାଙ୍କ ଦେହରେ ବି ନିଆଁ ଲାଗି ଯାଇଥିଲା। ପଡ଼ୋଶୀମାନେ ସେମାନଙ୍କୁ ଉଦ୍ଧାର କରି ଡାକ୍ତରଖାନା ନେଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।