ନୂଆପଡ଼ା (ମାୟାଧର ସରାଫ୍): ନୂଆପଡ଼ା ଜିଲ୍ଲା ବେଲଟୁକୁରି ଗାଁରେ ଏକ ହତ୍ୟାକାଣ୍ଡ ଘଟିଛି। ଶିଳପୁଆ ଓ କାଠ ଫାଳିଆରେ ପିଟି ପିଟି ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ ହତ୍ୟା କରିଛି। ମୃତକଙ୍କ ନାଁ ଯୋଶଦା ସାହୁ। ତାଙ୍କ ସ୍ୱାମୀ ନାଁ ରାଜୁ ସାହୁ।
ସୂଚନା ଅନୁଯାୟୀ, ଅନେକ ସମୟରେ ରାଜୁ ଓ ଯୋଶଦାଙ୍କ ମଧ୍ୟରେ ଝଗଡ଼ା ହେଉଥିଲା। ଗତକାଲି ଅପରାହ୍ଣରେ ପୁଣି ଉଭୟଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଝଗଡ଼ା ବେଳେ ଉତ୍କ୍ଷିପ୍ତ ହୋଇ ରାଜୁ ପ୍ରଥମେ ଶିଳପୁଆ ଓ ପରେ କାଠଫାଳିଆରେ ପିଟି ପିଟି ଯୋଶଦାଙ୍କୁ ମାରି ଦେଇଥିଲା।
ଖବର ପାଇ ବେଲଟୁକୁରି ଆଇଆଇସି ଘଟଣାସ୍ଥଳରେ ପହଞ୍ଚି ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲେ। ଏଥିସହ ଅଭିଯୁକ୍ତ ରାଜୁକୁ ଗିରଫ କରିଥିଲେ।
ହତ୍ୟାରେ ବ୍ୟବହୃତ ଶିଳପୁଆ ଓ କାଠଫାଳିଆକୁ ପୁଲିସ୍ ଜବତ କରିଛି। ଆଜି ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।