ତେଲକୋଇ (ଓଡ଼ିଶା ରିପୋର୍ଟର): କେନ୍ଦୁଝର ଜିଲ୍ଲା ତେଲକୋଇ ଥାନା କରଦାଙ୍ଗି ଘୋଡ଼ାବେଡ଼ା ସାହିରେ ଜଣେ ମହିଳାଙ୍କୁ କିରାସିନ ଢାଳି ପୋଡ଼ି ମାରି ଦିଆଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ ଟୁନା ମହାନ୍ତଙ୍କ ସ୍ତ୍ରୀ ସବିତା ମହାନ୍ତ।
ଟୁନା ଆଉ ଜଣେ ଝିଅକୁ ଭଲ ପାଉଛି ବୋଲି ସବିତାଙ୍କ ବାପା ଲମ୍ବୋଦର ମହାନ୍ତ ଅଭିଯୋଗ କରିଛନ୍ତି। ଏହି କାରଣରୁ ସବିତାଙ୍କୁ ଶ୍ୱଶୁର ଘର ଲୋକେ ପୋଡ଼ି ମାରି ଦେଇଛନ୍ତି ବୋଲି ସେ ଅଭିଯୋଗ କରିଛନ୍ତି।
ଅନ୍ୟପକ୍ଷରେ ସବିତା ନିଜ ଦେହରେ କିରାସିନ ଢାଳି ନିଆଁ ଲଗାଇ ଦେଇଥିଲା ବୋଲି ଟୁନା କହିଛନ୍ତି। ତାଙ୍କୁ ରକ୍ଷା କରିବାକୁ ଚେଷ୍ଟା କରିଥିଲେ ବି ସେ ସଫଳ ହୋଇନଥିଲେ ବୋଲି ଟୁନା ସଫେଇ ଦେଇଛନ୍ତି।
ତେଲକୋଇ ଥାନା ଅଧିକାରୀ ଘଟଣାର ତଦନ୍ତ କରୁଛନ୍ତି। ମୃତ ମହିଳାଙ୍କ ବାପଘର ଲୋକଙ୍କ ଅଭିଯୋଗ ଆଧାରରେ ଟୁନା, ତାଙ୍କ ବାପା ଓ ମାଆଙ୍କୁ ପୁଲିସ୍ ଅଟକ ରଖି ପଚରାଉଚରା କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।