Advertisment

ସ୍ତ୍ରୀକୁ ପିଟି ପିଟି ମାରିଦେଲା ସ୍ୱାମୀ

ରାଇରଙ୍ଗପୁର (ରାଜେଶ କୁମାର ଶର୍ମା): ମୟୂରଭଞ୍ଜ ଜିଲ୍ଲା ବହଳଦା ଥାନା ଅନ୍ତର୍ଗତ କାଙ୍କି ଗାଁରେ ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀଙ୍କୁ ଠେଙ୍ଗାରେ ପିଟି ପିଟି ମାରି ଦେଇଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତ ଥାନାରେ ଆତ୍ମସମର୍ପଣ କରିଛନ୍ତି।  ପୁଲିସ୍‌ ତାଙ୍କୁ ଅଟକ ରଖି ପଚରାଉଚରା କରୁଛି। ମିଳିଥିବା ସୂଚନା ଅନୁସାରେ, ଗତକାଲି ରାତିରେ ଗାଁର ଭାନେ ମାଡ୍ରି ଓ ତାଙ୍କ ସ୍ତ୍ରୀ କୁନି ମାଡ୍ରିଙ୍କ ମଧ୍ୟରେ କୌଣସି କଥାକୁ ନେଇ ଝଗଡ଼ା ହୋଇଥିଲା। ଏହି ସମୟରେ ଭାନେ ଏକ […]

author-image
Rakesh Mallick
ସ୍ତ୍ରୀକୁ ପିଟି ପିଟି ମାରିଦେଲା ସ୍ୱାମୀ

murder1

ରାଇରଙ୍ଗପୁର (ରାଜେଶ କୁମାର ଶର୍ମା): ମୟୂରଭଞ୍ଜ ଜିଲ୍ଲା ବହଳଦା ଥାନା ଅନ୍ତର୍ଗତ କାଙ୍କି ଗାଁରେ ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀଙ୍କୁ ଠେଙ୍ଗାରେ ପିଟି ପିଟି ମାରି ଦେଇଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତ ଥାନାରେ ଆତ୍ମସମର୍ପଣ କରିଛନ୍ତି।  ପୁଲିସ୍‌ ତାଙ୍କୁ ଅଟକ ରଖି ପଚରାଉଚରା କରୁଛି।

Advertisment

ମିଳିଥିବା ସୂଚନା ଅନୁସାରେ, ଗତକାଲି ରାତିରେ ଗାଁର ଭାନେ ମାଡ୍ରି ଓ ତାଙ୍କ ସ୍ତ୍ରୀ କୁନି ମାଡ୍ରିଙ୍କ ମଧ୍ୟରେ କୌଣସି କଥାକୁ ନେଇ ଝଗଡ଼ା ହୋଇଥିଲା। ଏହି ସମୟରେ ଭାନେ ଏକ ଠେଙ୍ଗାରେ କୁନିଙ୍କୁ ଆକ୍ରମଣ କରିଥିଲେ। ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଯାଇଥିଲା।

ଭାନେଙ୍କ ଆତ୍ମସମର୍ପଣ ପରେ ପୁଲିସ୍‌ ଗାଁରେ ପହଞ୍ଚି ଶବକୁ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ହତ୍ୟାରେ ବ୍ୟବହୃତ ଠେଙ୍ଗା ଜବତ କରିଥିଲା।

Advertisment