ବାଲିଗୁଡ଼ି(ଓଡ଼ିଶା ରିପୋର୍ଟର): କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ଡଡ଼ିଙ୍ଗିଆ ମୁଖ୍ୟ ରାସ୍ତାକଡରୁ ଜଣେ ଯୁବତୀଙ୍କ ମୃତଦେହ ରକ୍ତ ଯୁଡୁବୁଡ଼ୁ ଅବସ୍ଥାରେ ଉଦ୍ଧାର କରାଯାଇଛି। ମୃତ ଯୁବତୀ ଜଣଙ୍କ ହେଲେ ବୁଦ୍ଧିଆପାଙ୍ଗା ଗାଁର କିଶୋର ପ୍ରଧାନଙ୍କ ଝିଅ ରଞ୍ଜୁତା ପ୍ରଧାନ।
ଗତକାଲି ରଞ୍ଜୁତା କୌଣସି କାମରେ ଫୁଲବାଣୀ ଯାଇଥିଲେ। ଫୁଲବାଣୀରୁ ବସ୍ରେ ଫେରୁଛନ୍ତି ବୋଲି ଘରକୁ ଫୋନ୍ କରି ଜଣାଇଥିଲେ। ପରେ ରଞ୍ଜୁତାଙ୍କ ମୋବାଇଲ୍ ସୁଇଚ୍ଅଫ୍ ହୋଇ ଯାଇଥିଲା। ସେ ଘରକୁ ଫେରି ନ ଥିଲେ। ପରିବାର ଲୋକ ତାଙ୍କୁ ବହୁତ ଖୋଜାଖୋଜି କରିଥିଲେ, ହେଲେ ପାଇ ନ ଥିଲେ। ଆଜି ରାସ୍ତାକଡରୁ ରଞ୍ଜୁତାଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା।
ରଞ୍ଜୁତାଙ୍କୁ କେହି ଦୁର୍ବୃତ୍ତ ହତ୍ୟା କରି ପିଙ୍ଗି ଦେଇଥିବା ସନ୍ଦେହ କରାଯାଇଛି। ସାଇଣ୍ଟିଫିକ୍ ଟିମ୍ ଆସିବା ପରେ ହିଁ ପ୍ରକୃତ ସତ୍ୟାସତ୍ୟ ଜଣାପଡିବ ବୋଲି ପୁଲିସ ପକ୍ଷରୁ ସୂଚନା ଦିଆଯାଇଛି।
ରଞ୍ଜୁତାଙ୍କ ବିବାହ ପାଇଁ ନିର୍ବନ୍ଧ ସରିଥିଲା ବୋଲି ପରିବାର ଲୋକେ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ପ୍ରଧାନମନ୍ତ୍ରୀ ମୋଦି କରିବେନି ରୋଡ୍ ଶୋ’, ରିପୋର୍ଟ କାର୍ଡ ଦେବେ ମୋହନ ସରକାର
ସ୍ୱାଧୀନତା ପରେ ପ୍ରଥମଥର ପାଇଁ ଓଡ଼ିଶାରେ ସର୍ବଭାରତୀୟ ପୁଲିସ ଡିଜି ସମ୍ମିଳନୀ ଆୟୋଜନ ହେଉଛି । ସମ୍ମିଳନୀର ଦ୍ୱିତୀୟ ଦିନ ଅର୍ଥାତ୍ ନଭେମ୍ବର ୩୦ତାରିଖରେ ପ୍ରଧାନମନ୍ତ୍ରୀ ଏହି ସମ୍ମିଳନୀରେ ଯୋଗ ଦେଇ ଡିସେମ୍ବର ୧ରେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ।
Jobs
ଆଗାମୀ ଦିନରେ ଫାୟାର ମ୍ୟାନ ପଦବୀରେ ନିଯୁକ୍ତ ହୋଇପାରନ୍ତି ମହିଳା
୮୨୬ ଜଣ ଆଗ୍ନିକ ଓ ୧୧୫ ଜଣ ଆଗ୍ନିକ ଗାଡିଚାଳକଙ୍କୁ ନିଯୁକ୍ତିପତ୍ର ପ୍ରଦାନ।
Crime
ପୁଲିସ୍ ଓ ଓକିଲ କହି ଟଙ୍କା ଆଦାୟ କରୁଥିଲେ ଦୁଇ ଯୁବକ
ଅଭିଯୋଗ ଅନୁସାରେ ଦୁଇ ଧ୍ରୁତ ହେଉଛନ୍ତି ନୟାଗଡ ଜିଲ୍ଲା ସରୋଡା ଗାଁର କାର୍ତ୍ତିକ ରାଉତରାୟ ଓ ଏକାନ ପାଣି। ଏମାନେ କୁଆଡେ ଜାନୁଆରୀ ୨୩ ତାରିଖରେ ଚାଲାଣଗୁଡା ସରପଞ୍ଚ ଇରମା ମାଢ଼ିଙ୍କୁ ଫୋନ୍ କରିଥିଲେ।
Politics
ନିର୍ବାଚନ ପୂର୍ବରୁ ବିଜେଡି ସରକାର ବାଣ୍ଟିଥିଲେ ୨୫୨କୋଟି ଟଙ୍କାର ଝୋଟବ୍ୟାଗ
ରାଜ୍ୟବାସୀ ବିଜେଡି ସରକାରକୁ ବାଏବାଏ କରି ବିଜେପି ସରକାରକୁ କ୍ଷମତାସୀନ କରିବା ପରେ ଏହି ତଥ୍ୟ ପଦାକୁ ଆସିଛି ।
Miscellaneous
ଯୁଦ୍ଧଭୂମିର ଭ୍ରମ; ପୁରୀରେ ଘୁଁ ଘୁଁ ଗର୍ଜନ କରୁଛନ୍ତି ଯୁଦ୍ଧ ଟ୍ୟାଙ୍କ
ବାହ୍ୟ ଶତ୍ରୁ ଆକ୍ରମଣର ମୁକାବିଲା ସହ ପରାକ୍ରମ ଦେଖାଇବାକୁ କେତେ ସଜାଗ ଭାରତୀୟ ନୌସେନା, ସେନେଇ ପ୍ରଦର୍ଶିତ ହେବ ଦୁଃସାହସିକ ରଣକୌଶଳ।