ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ମହିଳା ମୃତ
ଛତ୍ରପୁର (ଆଲୋକ ଗୌଡ଼): କୂଅରୁ ପାଣି ବାହାର କରୁଥିବା ବେଳେ ବିଦ୍ୟୁତ୍ ତାର ଲାଗି ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ ହେଲେ ଗଞ୍ଜାମ ଜିଲ୍ଲା ବୁଗୁଡା ଏନଏଏସିର ଗୋଲାମୁଣ୍ଡୁଳା ଗାଁର ଗୀତାଞ୍ଜଳି ଡାକୁଆ।
ଗତକାଲି ଗୀତାଞ୍ଜଳି ଘରର ବାଡ଼ି ପଟ କୂଅରୁ ପାଣି ଆଣିବାକୁ ଯାଇଥିଲେ। ଏହି ସମୟରେ ସେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଯାଇଥିଲେ। ପରିବାର ଲୋକଗୁରୁତର ଅବସ୍ଥାରେ ଉଦ୍ଧାର କରି ତାଙ୍କୁ ବୁଗୁଡ଼ା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।