ମହିଳାଙ୍କ ଉପରେ ମାଡ଼ିଗଲା ଟ୍ରକ୍

ବଲାଙ୍ଗିର (ଘଟେଶ୍ୱର ମିଶ୍ର): ବଲାଙ୍ଗିର ଜିଲ୍ଲା ଟାଉନ ଥାନା ଅନ୍ତର୍ଗତ ଟ୍ରାଫିକ ପୋଷ୍ଟ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌କୁ ଟ୍ରକ୍‌ଟି ପଛରୁ ଧକ୍କା ଦେବାରୁ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ସ୍ୱାମୀ ଗୁରୁତର ଆହତ ହୋଇଛନ୍ତି। ମୃତ ମହିଳା ଜଣଙ୍କ ହେଲେ ଚନ୍ଦନଭାଟି ଗାଁର ସୌକୀ ସାହୁ। ତାଙ୍କ ସ୍ୱାମୀ ରଜନୀ ସାହୁଙ୍କୁ ବଲାଙ୍ଗିର ଭୀମ ଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆଜି ଦିନ ପ୍ରାୟ […]

accident

Tapaswini Nayak
  • Published: Saturday, 25 July 2020
  • , Updated: 25 July 2020, 12:50 PM IST

ବଲାଙ୍ଗିର (ଘଟେଶ୍ୱର ମିଶ୍ର): ବଲାଙ୍ଗିର ଜିଲ୍ଲା ଟାଉନ ଥାନା ଅନ୍ତର୍ଗତ ଟ୍ରାଫିକ ପୋଷ୍ଟ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌କୁ ଟ୍ରକ୍‌ଟି ପଛରୁ ଧକ୍କା ଦେବାରୁ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ସ୍ୱାମୀ ଗୁରୁତର ଆହତ ହୋଇଛନ୍ତି।

ମୃତ ମହିଳା ଜଣଙ୍କ ହେଲେ ଚନ୍ଦନଭାଟି ଗାଁର ସୌକୀ ସାହୁ। ତାଙ୍କ ସ୍ୱାମୀ ରଜନୀ ସାହୁଙ୍କୁ ବଲାଙ୍ଗିର ଭୀମ ଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଆଜି ଦିନ ପ୍ରାୟ ୧୧ଟା ସମୟରେ ରଜନୀ  ଓ ତାଙ୍କ ସ୍ତ୍ରୀ ବାଇକ୍‌ ଯୋଗେ ବଲାଙ୍ଗିର ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲ ଯାଉଥିଲେ। ଏହି ସମୟରେ ଟିଟିଲାଗଡ଼ ପଟୁ ଆସୁଥିବା ଏକ  ଟ୍ରକ୍ ସେମାନଙ୍କ ବାଇକ୍‌କୁ ପଛପଟୁ ଧକ୍କା ଦେଇଥିଲା। ସ୍ୱାମୀ ରାସ୍ତା କଡ଼‌କୁ ଛିଟିକି ପଡ଼ିଥିବା ବେଳେ ସୌକୀ ଟ୍ରକ୍‌ ଚକା ତଳେ ଚାପି ହୋଇଯାଇଥିଲେ। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା।

ପୁଲିସ୍ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଦୁର୍ଘଟଣା ଘଟାଇଥିବା ଟ୍ରକ୍‌କୁ ଜବତ କରିବା ସହ ଟ୍ରକ୍‌ ଡ୍ରାଇଭରକୁ ଅଟକ ରଖି ପଚରାଉଚରା କରୁଛି ପୁଲିସ୍‌। ଟ୍ରକଟି ସୁନ୍ଦରଗଡ଼ ଜିଲ୍ଲାର ବୋଲି ଜଣାପଡ଼ିଛି। କରୋନା ପାଇଁ ବଲାଙ୍ଗିରେ ଶଟ୍‌ଡାଉନ୍‌ ଚାଲିଥିବା ବେଳେ ଏହି ଦୁର୍ଘଟଣା ଘଟିଛି।

Related story