ସୁନ୍ଦରଗଡ଼ (ବିଜୟ ବରୁଆ): ପରିବାର ସହ ବସି ଗୁପ୍ଚୁପ୍ ଖାଉ ଖାଉ ଶ୍ୱାସରୁଦ୍ଧ ହୋଇ ଜୀବନ ହାରିଲେ ମହିଳା। ଏଭଳି ଏକ ଦୁଃଖଦ ଘଟଣା ଘଟିଛି ସୁନ୍ଦରଗଡ଼ ଜିଲ୍ଲା ଲେଫ୍ରିପଡ଼ା ଥାନା ସରଫଗଡ଼ ଗାଁରେ। ମୃତକ ହେଲେ ଫୁଲମତି କିସାନ।
ଗତକାଲି ଘରେ ପରିବାର ସଦସ୍ୟଙ୍କ ସହ ବସି ଫୁଲମତି ଗୁପ୍ଚୁପ୍ ଖାଉଥିଲେ। ଏହି ସମୟରେ ଏକ ଗୁପଚୁପର କିଛି ଅଂଶ ତାଙ୍କ ତଣ୍ଟିରେ ଲାଗି ଯାଇଥିଲା। ପରିବାର ଲୋକଙ୍କ ଚେଷ୍ଟା ସତ୍ତ୍ୱେ ତାହା ନ ବାହାରିବାରୁ ତୁରନ୍ତ ତାଙ୍କୁ ଲେଫ୍ରିପଡ଼ା ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ତେବେ ଖାଇବା ବେଳେ ଶ୍ୱାସନଳୀରେ ଗୁପଚୁପ୍ ଫସି ଯିବା ଯୋଗୁ ଶ୍ୱାସରୁଦ୍ଧ ହୋଇ ମୃତ୍ୟୁ ହୋଇଥାଇପାରେ ବୋଲି ସିଡିଏମ୍ଓ ଆଶଙ୍କା କରିଛନ୍ତି। ଶବ ବ୍ୟବଚ୍ଛେଦ ପରେ ପ୍ରକୃତ କାରଣ ଜଣାପଡ଼ିବ ବୋଲି ସେ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଆଜିଠୁ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ, ୧୬ରୁ ପୁଣି ଚାଲିବ
ଆସନ୍ତା ୧୬ ତାରିଖଠାରୁ ପୁଣିଥରେ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଓ ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା ଅନୁସାରେ ରତ୍ନଭଣ୍ଡାର ମରାମତି ଆରମ୍ଭ ହେବ।
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।