କେନ୍ଦୁଝର (ପ୍ରଣୟ କୁମାର ପାଣି): କେନ୍ଦୁଝର ଜିଲ୍ଲା ଘଟଗାଁ ବାଲିଯୋଡ଼ି ନିକଟରେ ଆମ୍ବୁଲାନ୍ସ ଧକ୍କାରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ତାଙ୍କ ନାଁ ଲୋଚନା ନାଏକ। ତାଙ୍କ ଘର ପର୍ଶୁରାମପୁରରେ।
ଗତକାଲି ଲୋଚନା ପର୍ଶୁରାମପୁରରୁ ଝିଅ ଘର ବାଲିଯୋଡ଼ିକୁ ବସ୍ରେ ଆସିଥିଲେ। ବସ୍ରୁ ଓହ୍ଲାଇ ରାସ୍ତା ପାର ହେଉଥିବା ସମୟରେ ଦ୍ରୁତ ଗତିରେ ଆସୁଥିବା ଏକ ଆମ୍ବୁଲାନ୍ସ ତାଙ୍କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା।
ଦୁର୍ଘଟଣାସ୍ଥଳରେ କିଛି ସମୟ ଧରି ଉତ୍ତେଜନା ପ୍ରକାଶ ପାଇଥିଲା। ମୃତ ମହିଳାଙ୍କ ପରିବାର ଲୋକଙ୍କୁ କ୍ଷତିପୂରଣ ପ୍ରଦାନ କରିବା ଦାବିରେ ଲୋକମାନେ ୨୦ ନମ୍ବର ଜାତୀୟ ରାଜପଥ ଅବରୋଧ କରିଥିଲେ। ପୁଲିସ୍ ଓ ପ୍ରଶାସନିକ ଅଧିକାରୀ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବା ପରେ ରାସ୍ତାରୋକ ହଟିଥିଲା।
https://youtu.be/SAow3mmCTa4
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।