electricshock1
ଅନୁଗୋଳ (ବିରଜା ପ୍ରସାଦ ଦାଶ): ଅନୁଗୋଳ ଜିଲ୍ଲା ସମଲ ଥାନା ଅନ୍ତର୍ଗତ ବାରୁଆଁରେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ଚନ୍ଦ୍ରିକା ବେହେରା (୪୨)। ତାଙ୍କ ଘର କୁଲେଇ ଉପର ସାହିରେ।
ସୂଚନା ଅନୁଯାୟୀ, ଆଜି ସକାଳେ ଚନ୍ଦ୍ରିକା କେନ୍ଦୁପତ୍ର ତୋଳିବାକୁ ବାରୁଆଁ ଗାଁ ନିକଟ ଜଙ୍ଗଲକୁ ଯାଇଥିଲେ। ଏହି ସମୟରେ ସେ ଜନ୍ତୁ ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସିଯାଇଥିଲେ। ଘଟଣାସ୍ଥଳରେ ହିଁ ଚନ୍ଦ୍ରିକାଙ୍କ ମୃତ୍ୟୁ ଘଟିଥିଲା। କିଛି ସ୍ଥାନୀୟ ଲୋକ ଚନ୍ଦ୍ରିକାଙ୍କ ମୃତଦେହ ଦେଖି ତାଙ୍କ ପରିବାର ଲୋକଙ୍କୁ ସୂଚନା ଦେଇଥିଲେ। ପୁଲିସ୍ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହିତ ତଦନ୍ତ ଆରମ୍ଭ କରିଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2020/05/electricshock1.jpg)