ଢେଙ୍କାନାଳ (ରାଜଶ୍ରୀ ଶତପଥୀ): କୂଅରୁ ପାଣି କାଢ଼ୁଥିବା ବେଳେ ଜଣେ ମହିଳା କୂଅ ଭିତରେ ଗଳି ପଡ଼ିଥିଲେ। ତାଙ୍କୁ ବଞ୍ଚାଇବାକୁ ଯାଇ ମହିଳାଙ୍କ ଜଣେ ଦୂର ସମ୍ପର୍କୀୟ ମଧ୍ୟ କୂଅରେ ପଡ଼ିଯାଇଥିଲେ। ଆଜି ଏପରି ଘଟଣା ଢେଙ୍କାନାଳ ଜିଲ୍ଲା ରାସୋଳ ଥାନା ଅଞ୍ଚଳରେ ଘଟିଛି।
ଗୁଆଗରିଆ ଗାଁର ନଳିନୀ ନାୟକ କୂଅରୁ ପାଣି କାଢ଼ୁଥିଲେ। ଅସାବଧାନତା ଯୋଗୁ ସେ କୂଅ ଭିତରେ ପଡ଼ି ଯାଇଥିଲେ। ତାଙ୍କ ଚିତ୍କାର ଶୁଣି ତାଙ୍କୁ ବଞ୍ଚାଇବାକୁ ଯାଇ ତାଙ୍କର ଜଣେ ସମ୍ପର୍କୀୟ ଆକାଶ ନାୟକ ମଧ୍ୟ କୂଅରେ ଗଳି ପଡ଼ିଥିଲେ। ପରେ ଗାଁ ଲୋକ ଉଭୟଙ୍କୁ କୂଅରୁ ଉଦ୍ଧାର କରି ଢେଙ୍କାନାଳ ମେଡିକାଲ୍ରେ ଭର୍ତ୍ତି କରିଥିଲେ। କିନ୍ତୁ ସେଠାରେ ଡାକ୍ତର ଉଭୟଙ୍କୁ ମୃତଘୋଷଣା କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କଲଭର୍ଟରେ ପିଟି ହୋଇ ଓଲଟିଲା ପିଆଜ ବୋଝେଇ ପିକ୍ଅପ୍ ଭ୍ୟାନ୍; ୨ ଗୁରୁତର
ଆଜି ସକାଳେ ପିଆଜ ବୋଝେଇ ପିକ୍ଅପ୍ ଭ୍ୟାନ୍ଟି ବିନିକାରୁ ସୋନପୁର ଅଭିମୁଖେ ଯାଉଥିଲା।
Entertainment
ମହଙ୍ଗା ପଡ଼ିଲା ବିନା ହେଲମେଟରେ ରିଲ୍ସ; ରାନୀ ପ୍ରିୟଦର୍ଶିନୀଙ୍କ ଗାଡ଼ି ଜବତ
ବିନା ହେଲମେଟରେ ସ୍କୁଟି ଚଳାଇ ରିଲ୍ସ କରି ସୋଶାଲ ମିଡିଆରେ ପୋଷ୍ଟ କରିଥିଲେ ରାନୀ ପ୍ରିୟଦର୍ଶିନୀ।
Weather
ଆଜି ଅବପାତରେ ପରିଣତ ହେବ ଲଘୁଚାପ;୨୭ରୁ ବର୍ଷିବ
୨୭ରୁ ୨୯ ତାରିଖ ଯାଏ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
Science & Environment
ଏନକ୍ଲୋଜରରୁ ବାହାରି ଜଙ୍ଗଲ ଗଲା ‘ଜିନତ୍'
ଶିମିଳିପାଳର ଉତ୍ତର ଡିଭିଜନ୍ କୋର୍ ଏରିଆରେ ବାଘୁଣୀ ‘ଜିନତ୍’ ଛଡ଼ାଯାଇଥିବା ଜଣାଯାଇଛି।