ଅନୁଗୋଳ(ଓଡ଼ିଶା ରିପୋର୍ଟର): ଶାଳପତ୍ର ତୋଳିବାକୁ ଜଙ୍ଗଲକୁ ଯାଇଥିବା ମହିଳାଙ୍କୁ ଆକ୍ରମଣ କରି ରକ୍ତାକ୍ତ କରିପକାଇଛି ଭାଲୁ। ମହିଳାଙ୍କ ହାତ, ଗୋଡ଼, ପେଟ ପ୍ରଭୃତି ସ୍ଥାନକୁ ଚିରି ପକାଇଛନ୍ତି ଭାଲୁ। ଏହି ମହିଳା ଜଣକ ଅନୁଗୋଳ ଜିଲ୍ଲା ପାଲଲହଡା ଥାନା ଅନ୍ତର୍ଗତ କରଡାପାଳ ପଂଚାୟତ ମାଙ୍କଡ଼ଚୁଆ ଗାଁର ସରସ୍ୱତୀ ବେହେରା।
ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ପାଲଲହଡା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।
ସୂଚନା ମୁତାବକ, ସେ ଗାଁ ନିକଟ ଜଙ୍ଗଲରେ ଶାଳପତ୍ର ତୋଳିବାରେ ବ୍ୟସ୍ତ ଥିବା ବେଳେ ଭାଲୁ ଆକ୍ରମଣ କରିଥିଲା। ସେ ଭାଲୁ କବଳରୁ ରକ୍ଷା ପାଇବା ନିମନ୍ତେ ଚେଷ୍ଟା କରିବା ସହ ସହାୟତା ନିମନ୍ତେ ଚିତ୍କାର କରିଥିଲେ। ସେ ଜୀବନ ବଞ୍ଚାଇବାକୁ ଭାଲୁ ସହ ଲଢ଼ି ଚାଲିଥିବା ବେଳେ ଚିତ୍କାର ଶୁଣି କିଛି ଲୋକ ଘଟଣାସ୍ଥଳରେ ପହଞ୍ଚି ଥିଲେ। ସେମାନେ ଭାଲୁକୁ ଘଉଡ଼ାଇବା ସହ ମହିଳାଙ୍କୁ ଉଦ୍ଧାର କରି ଡାକ୍ତରଖାନା ନେଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଶେଷରେ ନବୀନଙ୍କୁ ବି ଛାଡ଼ିଲେନି ପାଣ୍ଡିଆନ, କହିଲେ ଓଡ଼ିଶାରେ ଓଡ଼ିଆ କହିବା ଜରୁରୀ
ବିଜେଡିର ପ୍ରତିଷ୍ଠା ଦିବସର ଠିକ୍ ଦିନକ ପୂର୍ବରୁ ଏଭଳି ପୋଷ୍ଟ କରାଗଲା କାହିଁକି? ସକ୍ରିୟ ରାଜନୀତିରୁ ସନ୍ୟାସ ନେଇଥିବା ପାଣ୍ଡିଆନ କ’ଣ ପୁଣିଥରେ ବିଜେଡିରେ ସକ୍ରିୟ ହୋଇ ଆଗକୁ ଆସିବାକୁ ଚାହୁଁଛନ୍ତି କି?
Miscellaneous
ସରକାରୀ ଯୋଜନାରୁ ବାଦ୍ ପଡ଼ିବେ ଅଯୋଗ୍ୟ ଚାଷୀ: ପ୍ରକୃତ ଚାଷୀ ଖୋଜିବାକୁ ନୂଆ ବର୍ଷରୁ ପଞ୍ଜୀକରଣ
ପୁରୁଣା ସରକାରରେ ଅଣଚାଷୀ ଓ ଦଳୀୟ ଭିତ୍ତିରେ ଚାଷୀଙ୍କ ପାଇଁ ସରକାରୀ ଯୋଜନା ବାଣ୍ଟିବା ଏକ ବଡ଼ ପ୍ରସଙ୍ଗ ଥିଲା।
Crime
ପୁଲିସ ସ୍ତ୍ରୀକୁ ମାରି ସ୍ୱାମୀର ଆତ୍ମହତ୍ୟା ଉଦ୍ୟମ
ମୃତ ମହିଳା କନଷ୍ଟେବଲ କଟକ ସାଇବର ଥାନାରେ କାର୍ଯ୍ୟ କରୁଥିଲେ।
Crime
ଡିଡିଟାଲ ଆରେଷ୍ଟର ମିଛ ଫାଶରେ ପଡ଼ିଗଲେ ପୂର୍ବତନ ସେନା ଅଧିକାରୀ, ଭୟରେ ଦେଇଦେଲେ ୧ କୋଟି
ଡିଜିଟାଲ ଆରେଷ୍ଟ ନେଇ ଲୋକଙ୍କୁ ସଚେତନ କରାଯାଉଥିବା ସତ୍ତ୍ୱେ ଅନେକ ସମୟରେ ସେମାନେ ଭୟଭୀତ ହୋଇ ନିଜ ଟଙ୍କା ହରାଉଛନ୍ତି।
Crime
ଆର୍ମି ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣାରେ ଦାୟର ଜନସ୍ୱାର୍ଥ ମାମଲାର ଅନ୍ତ ଘଟାଇଲେ ହାଇକୋର୍ଟ
ସେନା କର୍ମଚାରୀଙ୍କୁ ଥାନାରେ କିପରି ବ୍ୟବହାର ପ୍ରଦର୍ଶନ କରାଯିବ, ସେନେଇ ରାଜ୍ୟ ସରକାର ଜାରି କରିଥିବା ଏସଓପିକୁ କଡ଼ାକଡ଼ି ପାଳନ କରିବାକୁ ହାଇକୋର୍ଟ କହିଛନ୍ତି।