ଭାଉଜକୁ ଭୁଜାଲିରେ ହାଣି ଦେଲା

ଜଗତସିଂହପୁର (ଓଡ଼ିଶା ରିପୋର୍ଟର): ଜଗତସିଂହପୁର ଜିଲ୍ଲା ନାଉଗାଁ ଥାନା ଅନ୍ତର୍ଗତ ନୂଆଗାଁ ପଞ୍ଚାୟତର ଗୋପାଳପୁର ଗାଁରେ ଘରୋଇ କଳିକୁ କେନ୍ଦ୍ର କରି ଜଣେ ବ୍ୟକ୍ତି ତାଙ୍କ ଭାଉଜଙ୍କୁ ଭୁଜାଲିରେ ହାଣି ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ମହିଳାଙ୍କ ନାଁ କବିତା ରାୟ (୫୫)। ଅଭିଯୁକ୍ତ ରଞ୍ଜନ ରାୟ ଫେରାର ହୋଇଯାଇଛି। ମିଳିଥିବା ସୂଚନା ଅନୁଯାୟୀ, କବିତା ଓ ରଞ୍ଜନଙ୍କ ମଧ୍ୟରେ କୌଣସି କଥାକୁ ନେଇ ପାଟିତୁଣ୍ଡ ହୋଇଥିଲା। ରଞ୍ଜନ ଉତ୍‌କ୍ଷିପ୍ତ ହୋଇ ତାଙ୍କୁ ଏକ ଭୁଜାଲିରେ […]

MURDER

MURDER

Rakesh Mallick
  • Published: Friday, 25 May 2018
  • Updated: 25 May 2018, 09:27 PM IST

Sports

Latest News

ଜଗତସିଂହପୁର (ଓଡ଼ିଶା ରିପୋର୍ଟର): ଜଗତସିଂହପୁର ଜିଲ୍ଲା ନାଉଗାଁ ଥାନା ଅନ୍ତର୍ଗତ ନୂଆଗାଁ ପଞ୍ଚାୟତର ଗୋପାଳପୁର ଗାଁରେ ଘରୋଇ କଳିକୁ କେନ୍ଦ୍ର କରି ଜଣେ ବ୍ୟକ୍ତି ତାଙ୍କ ଭାଉଜଙ୍କୁ ଭୁଜାଲିରେ ହାଣି ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ମହିଳାଙ୍କ ନାଁ କବିତା ରାୟ (୫୫)। ଅଭିଯୁକ୍ତ ରଞ୍ଜନ ରାୟ ଫେରାର ହୋଇଯାଇଛି।

ମିଳିଥିବା ସୂଚନା ଅନୁଯାୟୀ, କବିତା ଓ ରଞ୍ଜନଙ୍କ ମଧ୍ୟରେ କୌଣସି କଥାକୁ ନେଇ ପାଟିତୁଣ୍ଡ ହୋଇଥିଲା। ରଞ୍ଜନ ଉତ୍‌କ୍ଷିପ୍ତ ହୋଇ ତାଙ୍କୁ ଏକ ଭୁଜାଲିରେ ଆକ୍ରମଣ କରିଥିଲେ। ଭୁଜାଲି ଆକ୍ରମଣରେ କବିତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା। ତାଙ୍କୁ ନାଉଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ପୋଲିସ୍ ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos