ଧର୍ମଗଡ଼(ଇଙ୍ଗିତ ପଣ୍ଡା): ମହାପ୍ରଭୁଙ୍କ ରଥଯାତ୍ରା ଦେଖିବାକୁ ବାଇକ୍ରେ ଯାଉଥିଲେ ପୂରା ପରିବାର। ହେଲେ ଅଧା ରାସ୍ତାରେ ପିଟିଦେଲା ପୁଲିସ୍ ଗାଡ଼ି। ଚାଲିଗଲା ମହିଳାଙ୍କ ଜୀବନ। ବାପ ଓ ଝିଅଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ଭବାନୀପାଟଣା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
ଆମପାଣି ପଞ୍ଚାୟତ କନ୍ଦାଗଡ଼ ଗାଁର କୃଷ୍ଣଚନ୍ଦ୍ର ମାଝୀ, ତାଙ୍କ ସ୍ତ୍ରୀ କିଆଁ ମାଝୀ ଓ ୧୦ ବର୍ଷର ଝିଅ ନମିତା ବାଇକ୍ରେ ବଡ଼ ଝିଅ ଶାଶୁ ଘର ଭୁର୍ଷାଗୁଡାକୁ ଯାଉଥିଲେ। ତେବେ ବିଜୁ ଏକ୍ସପ୍ରେସ୍ ୱେ’ର ଭୁର୍ଷାଗୁଡା ନିକଟରେ ବିପରୀତ ଦିଗରୁ ଆସୁଥିବା ଆମପାଣି ଥାନା ପୁଲିସ୍ ଗାଡି ସେମାନଙ୍କ ବାଇକ୍କୁ ଧକ୍କା ଦେଇଥିଲା। ଫଳରେ ସମସ୍ତେ ଛିଟିକି ହୋଇ ରାସ୍ତା ପାର୍ଶ୍ୱରେ ପଡ଼ିଥିଲେ।
ଦୁର୍ଘଟଣା ଘଟାଇଥିବା ପୁଲିସ୍ ଗାଡ଼ିରେ ଆହତ ୩ ଜଣଙ୍କୁ ଉଦ୍ଧାର କରି କୋକସରା ହସ୍ପିଟାଲରେ ଭର୍ତ୍ତି କରିଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ କିଆଁ ମାଝୀଙ୍କ ମୃତ୍ୟୁ ଘଟିଥିଲା। ବାପ-ଝିଅଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଭବାନୀପାଟଣାକୁ ସ୍ଥାନାନ୍ତରିତ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଆଶ୍ରମ ବିଦ୍ୟାଳୟରୁ ଛାତ୍ର ନିଖୋଜ, ୬ ଦିନ ହେଲା ମିଳୁନି ପତ୍ତା
ଘଟଣା ସମ୍ପର୍କରେ ବିଦ୍ୟାଳୟ କର୍ତ୍ତୃପକ୍ଷ ବଡ଼ମ୍ବା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅନ୍ୟପଟେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଦାୟିତ୍ୱହୀନତାକୁ ଦାୟୀ କରିଛନ୍ତି ଛାତ୍ରଙ୍କ ପରିବାର।
Miscellaneous
ବନ୍ଧା ପଡ଼ିଛି ଦାଦନ, ଚର୍ଚ୍ଚାରେ ପୁଲିସର ଡବଲ୍ ରୋଲ
ଝିଅକୁ ସେଠାରୁ ଉଦ୍ଧାର ପାଇଁ ମା’ ଜୟନ୍ତୀ ଏବେ ସମସ୍ତଙ୍କୁ ଆକୁଳ ନିବେଦନ କରିଛନ୍ତି।
Miscellaneous
ଏବେ 'ଟୁଇନ୍ ସିଟି' ନୁହେଁ, 'ଟ୍ରାଇ ସିଟି'ର ବିକାଶ କରିବେ ସରକାର
ପୁରୀ, କଟକ ଓ ଭୁବନେଶ୍ୱରକୁ ନେଇ ଟ୍ରାଇ ସିଟି ଗଠନ କରାଯିବ। ସହରାଞ୍ଚଳରେ ଟ୍ରାଫିକ ସମସ୍ୟା ଦୂର ପାଇଁ ନିର୍ମାଣ ହେବ ଅଧିକ ନୂଆ ରିଂ ରୋଡ୍ ଏବଂ ଓଭର ବ୍ରିଜ।
Events & Festivals
କଂସ ଦେଲେ ନିର୍ଦ୍ଦେଶ, ଧନୁଯାତ୍ରା ମଞ୍ଚରେ ଗୀତ ଗାଇଲେ ସିଦ୍ଧାନ୍ତ: ଦେଖନ୍ତୁ ଭିଡିଓ
କଂସ ମହାରାଜଙ୍କ ନିର୍ଦ୍ଦେଶରେ ସେ ଦୁଇଟି ଗୀତ ଗାଇବା ସହ ଗୋଟିଏ ଫିଲ୍ମର ଡାଏଲଗ ସମସ୍ତଙ୍କୁ ଶୁଣାଇଥିଲେ।
Crime
ଯୌତୁକ ପାଇଁ ମାରିଦେଲେ! ୧୦ ମାସ ତଳେ ହୋଇଥିଲା ବାହାଘର
ବାପ ଘର ଲୋକ ଅଭିଯୋଗ କରିଛନ୍ତି ଯେ ଯୌତୁକ ପାଇଁ ଝିଅକୁ ହତ୍ୟା କରାଯାଇଛି। ଶ୍ୱଶୁର ଘର ଲୋକେ କହିଛନ୍ତି ଯେ ସେ ଆତ୍ମହତ୍ୟା କରିଛନ୍ତି। ଯଦି ଆତ୍ମହତ୍ୟା କରିଛନ୍ତି, ତା’ହେଲେ ତା’ର କାରଣ ଯୌତୁକ ନିର୍ଯାତନା ନୁହେଁ ତ?