କଣ୍ଟାବାଞ୍ଜି (ଅନ୍ତିମ ପାଣିଗ୍ରାହୀ): ବାଇକ୍ ଚକରେ ଗୁଡ଼ାଇ ହୋଇଗଲା ଶାଢ଼ୀ କାନି। ରାସ୍ତାରେ କଚାଡ଼ି ହୋଇ ପଡ଼ିଲେ ମହିଳା। ସେହି ସ୍ଥାନରେ ମହିଳାଙ୍କ ମୃତ୍ୟୁ ଘଟିଥିଲା। ଅନ୍ୟ ଜଣେ ମହିଳା ଗୁରୁତର ଆହତ ହୋଇଛନ୍ତି। ଆଜି ଅପରାହ୍ନରେ ଏପରି ଘଟଣା ବଲାଙ୍ଗିର ଜିଲ୍ଲାରେ ଘଟିଛି।
ବଗବାହାଲ ଗାଁର ଯୁଧିଷ୍ଠିର ରଣା ତାଙ୍କ ବାଇକରେ ଗୀତାଞ୍ଜଳି ରଣା ଓ ସନ୍ତୋଷିନୀ ରଣାଙ୍କୁ ବସାଇ ତୁରେକେଲା ପଞ୍ଚାୟତକୁ ଚାଉଳ ଆଣିବା ପାଇଁ ଯାଉଥିଲେ। ତେବେ ବଗବାହାଲ ଛକ ନିକଟରେ ଚାଲୁଥିବା ଗାଡ଼ି ଚକାରେ ଗୀତାଞ୍ଜଳିଙ୍କ ଶାଢ଼ୀ କାନି ପଶି ଯାଇଥିଲା। ଯାହାଫଳରେ ଗୀତାଞ୍ଜଳି ଓ ସନ୍ତୋଷିନୀ ରାସ୍ତା ଉପରେ କଚାଡ଼ି ହୋଇ ପଡ଼ି ଯାଇଥିଲେ।
ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ତୁରେକେଲା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଗୀତାଞ୍ଜଳିଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ତେବେ ସନ୍ତୋଷିନୀଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ଥିବାରୁ କଣ୍ଟାବାଞ୍ଜି ପରେ ବଲାଙ୍ଗିର ଭୀମ ଭୋଇ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ୍କୁ ସ୍ଥାନନ୍ତରିତ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।