ବୁଦାମୂଳରୁ ଯୁବତୀଙ୍କ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

ରାଉରକେଲା(ଓଡ଼ିଶା ରିପୋର୍ଟର): ରାଉରକେଲା ସେକ୍ଟର ୬ ତାରିଣୀ ମନ୍ଦିର ନିକଟ ଏକ ବୁଦାମୂଳରୁ ଜଣେ ଅଜଣା ଯୁବତୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଆଜି ସକାଳେ ଯୁବତୀଙ୍କ ମୃତଦେହ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ। ମୃତଦେହ ନିକଟରୁ ଏକ ସ୍କୁଟି ଉଦ୍ଧାର ହୋଇଛି। ଯୁବତୀଙ୍କ ମୁହଁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ରହିଛି। ମୁହଁରେ ଶକ୍ତ ପ୍ରହାର କରି କେହି ତାଙ୍କୁ ହତ୍ୟା କରିଥିବା ସନ୍ଦେହ କରାଯାଉଛି।  ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।