ବିନିକା(ଦିଲୀପ ସାହୁ): ସ୍ୱାମୀସ୍ତ୍ରୀ କଳହର କରୁଣ ପରିଣତି ଦେଖିବାକୁ ମିଳିଛି ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ଥାନା ବେହେରାମାଲ ଗାଁରେ । ନିଜ ଦେହରେ କିରୋସିନୀ ଢାଳି ଆତ୍ମହତ୍ୟା କରିଛନ୍ତି ମହିଳା । ଏମିତି ଏକ ଘଟଣା ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ଥାନା ବେହେରାମାଲ ଗାଁରେ ଘଟିଛି । ମୃତ ମହିଳାଜଣକ ହେଲେ ବେହେରାମାଲ ଗାଁର ଭାନୁମତୀ ଭୋଇ (୪୦) ।
ସୂଚନାଯୋଗ୍ୟ, ଗତ ରାତିରେ ସ୍ୱାମୀ ସ୍ତ୍ରୀଙ୍କ ଭିତରେ କଳି ଝଗଡା ହୋଇଥିବା ବେଳେ ସ୍ୱାମୀ ଘରୁ ବାହାରକୁ ଚାଲିଆସିଥିଲେ । ପରେ ଭାନୁମତୀ ନିଜ ଦେହରେ କିରୋସିନି ଢାଳି ଦିଆସିଲି ମାରିବା ସହ ପୋଡି ହୋଇଯାଇଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ପ୍ରଥମେ ଡୁଙ୍ଗୁରିପାଲି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ବୁର୍ଲା ବୀର ସୁରେନ୍ଦ୍ର ସାଏ ବଡ ମେଡିକାଲରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ଚିକିତ୍ସାଧିନ ଅବସ୍ଥାରେ ଆଜି ତାଙ୍କ ମୃତ୍ୟୁ ଘଟିଛି । ଭାନୁମତିଙ୍କ ପାଞ୍ଚ ବର୍ଷର ଗୋଟିଏ ପୁଅ ଏବଂ ୬ ମାସର ଝିଅ ଅଛନ୍ତି I
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।