/odisha-reporter/media/post_attachments/uploads/2022/08/Untitled-1-103.jpg)
police stiaon
ବାଲିଗୁଡ଼ା (ଓଡ଼ିଶା ରିପୋର୍ଟର): କନ୍ଧମାଳ ଜିଲ୍ଲା ଜି. ଉଦୟଗିରି ଥାନାର ମହିଳା ସବ୍ ଇନ୍ସପେକ୍ଟରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ସରକାରୀ ବାସଭବନରୁ ତାଙ୍କ ମୃତଦେହ ଆଜି ଉଦ୍ଧାର କରାଯାଇଛି।
Advertisment
ମୃତ ମହିଳା ଏସ୍ଆଇ ଜଣଙ୍କ ହେଲେ ସ୍ୱାଗତିକା ବେହେରା। ସେ ସରକାରୀ ଘରେ ଏକୁଟିଆ ରହୁଥିଲେ। ସେ ଦେଢ଼ ବର୍ଷ ହେବ ଜି. ଉଦୟଗିରି ଥାନାରେ ସବ୍ଇନ୍ସପେକ୍ଟର ଭାବେ କାର୍ଯ୍ୟରେ ଯୋଗ ଦେଇଥିଲେ।
ସ୍ୱାଗତିକା ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ ହତ୍ୟା କରାଯାଇଛି, ତାହା ଅସ୍ପଷ୍ଟ ରହିଛି। ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଡାକ୍ତରଖାନାକୁ ପଠାଇଛି। ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ପୁଲିସ ପକ୍ଷରୁ ସୂଚନା ଦିଆଯାଇଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
