ଅନୁଗୋଳ (ବିରଜା ପ୍ରସାଦ ଦାଶ): ଅନୁଗୋଳ ଜିଲ୍ଲା ଆଠମଲ୍ଲିକ୍ ବନଖଣ୍ଡ ଅନ୍ତର୍ଗତ ହଣ୍ଡପା ବନାଞ୍ଚଳର ପ୍ରତାପପୁର ଗାଁରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ମଞ୍ଜୁଲତା ସାହୁ(୫୫)।
ଆଜି ସକାଳେ ମଞ୍ଜୁଲତା ଘର ସାମ୍ନାରେ ଠିଆ ହୋଇଥିବା ବେଳେ ହାତୀ ତାଙ୍କୁ ଟାଣି ଆଣି ଦଳିଦେଇଥିବା ଅଭିଯୋଗ ହୋଇଛି। ଏହି ଘଟଣା ପରେ ଗାଁରେ ଉତ୍ତେଜନା ପ୍ରକାଶ ପାଇଛି। ଉତ୍ତ୍ୟକ୍ତ ଲୋକେ କ୍ଷତିପୂରଣ ଦାବିରେ ପ୍ରତାପପୁର ନିକଟରେ ୫୫ ନମ୍ୱର ଜାତୀୟ ରାଜପଥ ଅବରୋଧ କରିଛନ୍ତି। ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ଗାଡ଼ିମୋଟର ଅଟକି ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।