ନୂଆପଡ଼ା(ମାୟାଧର ସରାଫ): ପିଇବା ପାଇଁ ପାଣି ଆଣିବାକୁ ଗଲାବେଳେ ଆକାଶରୁ ଖସିଲା ମୃତ୍ୟୁ। ସଙ୍ଗେ ସଙ୍ଗେ ଚାଲିଗଲା ଗୋଟିଏ ନିର୍ଦ୍ଦୋଷୀ ଜୀବନ। ମଙ୍ଗଳବାର ସନ୍ଧ୍ୟାରେ ନୂଆପଡ଼ା ଜିଲ୍ଲା କୋମନା ଥାନା ଅନ୍ତର୍ଗତ ରଜନା ନାଏକପଡ଼ା ଗାଁରେ ଏଭଳି ଏକ ଅଭାବନୀୟ ଘଟଣା ଘଟିଛି। ନଳକୂଅକୁ ପାଣି ଆଣିବାକୁ ଯାଉଥିବା ବେଳେ ବଜ୍ରପାତରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି।
ମୃତ ମହିଳାଙ୍କ ନାଁ ଯମୁନା କେତକୀ। ୩୫ ବର୍ଷିୟା ଯମୁନା ଘର ପାଖରେ ଥିବା ନଳକୂଅକୁ ପାଣି ଆଣିବାକୁ ଯାଉଥିଲେ। ଏତିକି ବେଳେ କାଳବୈଶାଖୀ ବର୍ଷା ହେବା ସହ ବଜ୍ରପାତ ହୋଇଥିଲା। ବଜ୍ରପାତ ହେବାରୁ ଯମୁନାଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଯାଇଥିଲା। ପୋଲିସ ଘଟଣା ସ୍ଥଳରେ ଶବ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ସ୍ଥାନୀୟ କୋମନା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରକୁ ପଠାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।