ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଧାମରା ପାଖରେ ସ୍ଥଳଭାଗ ଅତିକ୍ରମ କରିବ ବାତ୍ୟା ୟାସ୍ । ଆସନ୍ତାକାଲି ଭୋର ସୁଦ୍ଧା ଧାମରା ପାଖରେ ଏହା କେନ୍ଦ୍ରୀଭୂତ ହେବ । ୨୬ ତାରିଖ ଦ୍ୱିପ୍ରହରରେ ୟାସ୍ ସ୍ଥଳଭାଗ ଅତିକ୍ରମ କରିବ । ଧାମରାର ଉତ୍ତରକୁ ଓ ବାଲେଶ୍ୱରର ଦକ୍ଷିଣକୁ ସ୍ଥଳଭାଗ ଅତିକ୍ରମ କରିବ ବୋଲି ସୂଚନା ଦେଇଛନ୍ତି IMD ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର।
ବାତ୍ୟା ୟାସ୍ ସମ୍ବନ୍ଧୀୟ ଲାଇଭ୍ ଅପଡେଟ୍ ପାଇଁ କ୍ଲିକ କରନ୍ତୁ
ଧାମରା ଓ ଚାନ୍ଦବାଲିରେ ସବୁଠାରୁ ବେଶି କ୍ଷତି ଘଟାଇବ ବୋଲି ସେ କହିଛନ୍ତି । ଏହା ସହ ୨୬ ତାରିଖ ସକାଳୁ ବାତ୍ୟାର ପ୍ରଭାବ ଉପକୂଳରେ ପଡ଼ିବ । ବିଶେଷ କରି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁରରେ ୟାସର ପ୍ରଭାବ ପଡ଼ିବ। ସେହିଭଳି ଆଜି ସନ୍ଧ୍ୟା ସୁଦ୍ଧା ୟାସ୍ ଅତି ଭୀଷଣ ବାତ୍ୟାରେ ପରିଣତ ହେବ ବୋଲି ଆକଳନ କରିଛନ୍ତି IMD ମହାନିର୍ଦ୍ଦେଶକ। ସ୍ଥଳଭାଗ ଛୁଇଁବାର ପୂର୍ବ ଓ ପର ୬ ଘଣ୍ଟା ଅତି ଗୁରୁତ୍ୱପୂର୍ଣ୍ଣ ବୋଲି ସେ କହିଛନ୍ତି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।