Advertisment

ଚାନ୍ଦବାଲି ଓ ଧାମରା ବନ୍ଦର ନିକଟରେ ପହଞ୍ଚିବ ୟାସ୍ !

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ସ୍ଥଳ ଭାଗକୁ ଆଡ଼କୁ ମାଡ଼ି ଆସୁଛି ବାତ୍ୟା ୟାସ୍ । ଆଜି  ଅପରାହ୍ନରେ ଭେରି ସିଭିୟର୍ ସାଇକେ୍ଲାନିକ ଷ୍ଟର୍ମରେ ପରିଣତ ହେବାର ସମ୍ଭାବନା ଅଛି।  ଏହା ଅତି ଭୀଷଣକାୟ ରୂପ ଧରି ୨୬ ତାରିଖ ସକାଳେ ଚାନ୍ଦବାଲି ଓ ଧାମରା ବନ୍ଦର ନିକଟରେ ପହଞ୍ଚିବ । ମଧ୍ୟାହ୍ନ ସୁଦ୍ଧା ବାତ୍ୟା ଏହି ଅଂଚଳ ଅତିକ୍ରମ କରିବ। ଭାରତୀୟ ପାଣିପାଗ ବିଭାଗର ସଦ୍ୟତମ ବୁଲେଟନ୍ ଅନୁସାରେ ଏହା ପାରାଦୀପରୁ ୩୬୦ କିଲୋମିଟର ଦକ୍ଷିଣ ଓ ଦକ୍ଷିଣ-ପୂର୍ବ […]

author-image
Tapas Behera
ଅଦ୍ୟତନ ହୋଇଛି
‘ନିଭାର’ ସ୍ଥଳ ଭାଗ ଛୁଇଁବା ପୂର୍ବରୁ ପ୍ରବଳ ବର୍ଷା

cyclone-nivar

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ସ୍ଥଳ ଭାଗକୁ ଆଡ଼କୁ ମାଡ଼ି ଆସୁଛି ବାତ୍ୟା ୟାସ୍ । ଆଜି  ଅପରାହ୍ନରେ ଭେରି ସିଭିୟର୍ ସାଇକେ୍ଲାନିକ ଷ୍ଟର୍ମରେ ପରିଣତ ହେବାର ସମ୍ଭାବନା ଅଛି।  ଏହା ଅତି ଭୀଷଣକାୟ ରୂପ ଧରି ୨୬ ତାରିଖ ସକାଳେ ଚାନ୍ଦବାଲି ଓ ଧାମରା ବନ୍ଦର ନିକଟରେ ପହଞ୍ଚିବ । ମଧ୍ୟାହ୍ନ ସୁଦ୍ଧା ବାତ୍ୟା ଏହି ଅଂଚଳ ଅତିକ୍ରମ କରିବ। ଭାରତୀୟ ପାଣିପାଗ ବିଭାଗର ସଦ୍ୟତମ ବୁଲେଟନ୍ ଅନୁସାରେ ଏହା ପାରାଦୀପରୁ ୩୬୦ କିଲୋମିଟର ଦକ୍ଷିଣ ଓ ଦକ୍ଷିଣ-ପୂର୍ବ ଏବଂ ବାଲେଶ୍ୱରରୁ ୪୬୦ କିଲୋମିଟର ଦୂରରେ ରହିଛି । ଧାମରା ପାଖରେ ବାତ୍ୟା ୟାସ ସ୍ଥଳଭାଗ ଅତିକ୍ରମ କରିବ। ୨୬ ତାରିଖ ମଧ୍ୟାହ୍ନରେ ୟାସ ସ୍ଥଳଭାଗ ଅତିକ୍ରମ କରିବ। ଏନେଇ IMD ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି।

Advertisment

ବାତ୍ୟା ୟାସ୍‌ ସମ୍ବନ୍ଧୀୟ ଲାଇଭ୍‌ ଅପଡେଟ୍ ପାଇଁ କ୍ଲିକ କରନ୍ତୁ

ଗତ ୬ ଘଣ୍ଟାରେ ଧରି ଏହା ୯ କିଲୋମିଟର ବେଗରେ ବଙ୍ଗୋପସାଗରର ଉତ୍ତର ଉତ୍ତର-ପଶ୍ଚିମ ଦିଗକୁ ଗତି କରୁଛି । ଯଦି  ଏହି ଗତି ଜାରି ରହେ, ଲ୍ୟାଣ୍ଡଫଲ ସମୟରେ ଘଣ୍ଟାପ୍ରତି ୧୫୫ରୁ ୧୬୫ କିଲୋମିଟର ବେଗରେ ପବନ ବହିବ । ବେଳେ ବେଳେ ସର୍ବାଧିକ ୧୮୫ କିଲୋମିଟର ବେଗରେ ପବନ ବହିବା ସାଙ୍ଗକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ।

ବିଶେଷ ଭାବେ ବାଲେଶ୍ୱର, ଭଦ୍ରକ, ଜଗତ୍ସିଂହପୁର ଏବଂ କେନ୍ଦ୍ରାପଡ଼ାରେ ବାତ୍ୟାର ପ୍ରଭାବ ଅଧିକ ପଡ଼ିବ।  ବାତ୍ୟା ପ୍ରଭାବରେ ଉପକୂଳ ଅଞ୍ଚଳରେ ବର୍ଷା ସହ ପବନ ଜାରି ରହିଛି ଏହି ୪ ଜିଲ୍ଲା ଗୁଡ଼ିକରେ ଆଜି ରାତିରୁ ପବନର ବେଗ ଘଣ୍ଟାପ୍ରତି ୧୨୦ରୁ ୧୬୦ କିଲୋମିଟର, ଖୋର୍ଦ୍ଧା ଓ ପୁରୀରେ ୯୦ରୁ ୧୨୦ କିଲୋମିଟର ଏବଂ ଗଞ୍ଜାମ ଓ ଗଜପତି ଜିଲ୍ଲାରେ ୬୦ରୁ ୮୦ କିଲୋମିଟର ବେଗ ରହିପାରେ ବୋଲି ଅନୁମାନ କରାଯାଉଛି ।

Advertisment

ତାସହ ବାଲେଶ୍ୱର ଜିଲ୍ଲାର କିଛି ସ୍ଥାନରେ ୪ ମିଟର ଯାଏଁ ଉଚ୍ଚ ଜୁଆର ମାଡ଼ି ଆସିବାର ସମ୍ଭାବନା ବି ଅଛି । ପ୍ରବଳ ପବନ ଯୋଗୁଁ ବଡ଼ ବଡ଼ ଗଛ ଉପୁଡିପାରେ, କଚ୍ଚା, ଆଜବେଷ୍ଟସ ଛପର ଓ ପୁରୁଣା କୋଠା ଭାଙ୍ଗିଯାଇପାରେ, ଟେଲିଫୋନ୍, ବିଜୁଳି ଖୁଣ୍ଟ ବି ଗୁରୁତର ପ୍ରଭାବିତ ହୋଇପାରେ । ବଙ୍ଗୋପସାଗରରେ ବାତ୍ୟା ବଳ ଗୋଟାଇ ଆଗକୁ ବଢୁଥିବା ବେଳେ ସ୍ଥିତିକୁ ଦେଖି ଆଜି ରାଜ୍ୟର ପାରାଦୀପ ଓ ଧାମରା ବନ୍ଦରରେ ୪ ନମ୍ବର ବିପଦ ସଂକେତ ଜାରି ହୋଇଛି ।

Cyclone Yaas