ବର୍ଷା, ବଜ୍ରପାତ ଓ ପବନ ନେଇ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୨୫ ଓ ୨୬ ଦୁଇ ଦିନ ଧରି ବର୍ଷା ହେବ। ତା’ସହିତ ପବନ ଓ ବଜ୍ରପାତ ବି ହେବ। ସେଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ପାଣିପାଗ ବିଭାଗର ସୂଚନା ଆଧାରରେ ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ସମ୍ଭାବ୍ୟ ସ୍ଥିତର ମୁକାବିଲା କରିବାକୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସ୍‌ଆର୍‌ସି)। ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁଯାୟା, ଆଜି […]

Rain

Jitendra Garnayak
  • Published: Tuesday, 24 May 2022
  • , Updated: 24 May 2022, 05:34 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୨୫ ଓ ୨୬ ଦୁଇ ଦିନ ଧରି ବର୍ଷା ହେବ। ତା’ସହିତ ପବନ ଓ ବଜ୍ରପାତ ବି ହେବ। ସେଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ପାଣିପାଗ ବିଭାଗର ସୂଚନା ଆଧାରରେ ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ସମ୍ଭାବ୍ୟ ସ୍ଥିତର ମୁକାବିଲା କରିବାକୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସ୍‌ଆର୍‌ସି)।

ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁଯାୟା, ଆଜି ଠାରୁ ଆସନ୍ତାକାଲି ସକାଳ ସାଢ଼େ ଆଠଟା ପର୍ଯ୍ୟନ୍ତ ଢେଙ୍କାନାଳ, ଯାଜପୁର, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧା ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ବଜ୍ରପାତ ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତା’ସହିତ ଘଣ୍ଟା ପ୍ରତି ୫୦ରୁ ୬୦ କିମି ବେଗରେ ପବନ ମଧ୍ୟ ବୋହିବ। ସେଥିପାଇଁ ଏହି ୬ଟି ଜିଲ୍ଲାକୁ ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଆଜିଠୁ ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ନୟାଗଡ଼, ପୁରୀ ଓ ଗଞ୍ଜାମ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହା ସହିତ ଏ ସବୁ ସ୍ଥାନରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ସବୁ ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏହି ସମୟ ମଧ୍ୟରେ ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ ସ୍ଥାନରେ ବଜ୍ରପାତ ସହିତ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲା ଗୁଡ଼ିକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତାକାଲି ସକାଳ ସାଢ଼େ ୮ଟାରୁ ୨୬ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ୧୫ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ବଜ୍ରପାତ ସହିତ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ସବୁ ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ ଓ ରାୟଗଡ଼ା।

ସୂଚନାଯୋଗ୍ୟ, ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱରର କାଳବୈଶାଖୀ ଦେଖିବାକୁ ମିଳିଥିଲା। ସେହିପରି ବିଭିନ୍ନ ସ୍ଥାନରେ ସକାଳ ପର୍ଯ୍ୟନ୍ତ ବର୍ଷା ଲାଗି ରହିଥିଲା। ଆଜି ଅପରାହ୍ଣରେ ନୂଆପଡ଼ା ଜିଲ୍ଲାର ଅନେକ ସ୍ଥାନରେ ବର୍ଷା ସହିତ କୁଆପଥର ମାଡ଼ ହୋଇଛି।

Related story