୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ବଜ୍ରପାତ ସହ ଜାରି ରହିବ ବର୍ଷା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବର୍ଷା ଓ ବଜ୍ରପାତ ନେଇ ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ପାଣିପାଗ ବିଭାଗ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, ସୁବର୍ଣ୍ଣପୁର, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରିକୁ ସତର୍କ ସୂଚନା ଜାରି କରାଯାଇଛି। ଏନେଇ ସଂପୃକ୍ତ ଜିଲ୍ଲାର […]

thunderstorm

Ranjit Kumar Jena
  • Published: Friday, 02 July 2021
  • , Updated: 02 July 2021, 06:48 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବର୍ଷା ଓ ବଜ୍ରପାତ ନେଇ ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ପାଣିପାଗ ବିଭାଗ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ସେହିପରି ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, ସୁବର୍ଣ୍ଣପୁର, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରିକୁ ସତର୍କ ସୂଚନା ଜାରି କରାଯାଇଛି। ଏନେଇ ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳ ଓ ସବୁ ବିଭାଗକୁ ଏସଆରସି ଚିଠି ଲେଖିଛନ୍ତି। ଆବଶ୍ୟକ ପଦକ୍ଷେପ ସହ ସ୍ଥିତି ପ୍ରତି ନଜର ରଖିବାକୁ ଏସଆରସି ନିର୍ଦ୍ଦେଶ ଦେଇଛନ୍ତି।

ଅନ୍ୟପଟେ ୧୪ଟି ଜିଲ୍ଲାରେ ମୌସୁମି ବର୍ଷା ସ୍ୱାଭାବିକ ଠାରୁ କମ ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶକ ସୂଚନା ଦେଇଛନ୍ତି । ଆଞ୍ଚଳିକ ପାଣିପାଗ ବିଭାଗ ଆଗାମୀ ଦିନ ଗୁଡ଼ିକ ପାଇଁ ଘଡ଼ଘଡ଼ି ଓ ବିଜୁଳି ସହ ବର୍ଷା ହେବାର ସମ୍ଭାବନା ଥିବା କହିଛି । ଏଥିପାଇଁ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଓ ସତର୍କ କରାଯାଇଛି ।

ଆଗାମୀ ପାଞ୍ଚଦିନ ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାର ପାଣିପାଗକୁ ନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ । ଆଜିଠାରୁ ଶନିବାର ରାତି ସାଢ଼େ ୮ଟା ଯାଏ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ, ସୋନପୁର, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ୩ ତାରିଖ ରାତି ୮.୩୦ରୁ ୪ ତାରିଖ ରାତି ୮.୩୦ ଯାଏ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରିରେ ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କୋରାପୁଟ, ନବରଙ୍ଗପୁର, ମାଲକାନଗିରି ଓ ବାଲେଶ୍ୱରର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସହ ବିଜୁଳି ଓ ଘଡ଼ଘଡ଼ି ମାରିପାରେ ।

ଜୁଲାଇ ୪ରୁ ୫ ତାରିଖ ରାତି ୮.୩୦ ଯାଏ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗିର, କଳହାଣ୍ଡି, ବୌଦ୍ଧ, କନ୍ଧମାଳ, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଜୁଲାଇ ୫ରୁ ୬ ତାରିଖ ରାତି ୮.୩୦ ଯାଏ କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା, ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ପଞ୍ଚମ ଦିନ ଅର୍ଥାତ୍ ଜୁଲାଇ ୬ରୁ ୭ ତାରିଖ ରାତି ୮.୩୦ ଯାଏ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, କଟକ ଓ ଜଗତସିଂହପୁରରେ କାଳବୈଶାଖୀ ସହ ଘଡ଼ଘଡ଼ି ବର୍ଷା ହେବାର ସମ୍ଭାବନା ରହିଛି ।

Related story