କମିଛି ଶୀତ, ଘନ କୁହୁଡ଼ି ପାଇଁ ୭ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଶୀତ କମିଥିଲେ ମଧ୍ୟ କୁହୁଡ଼ି ନେଇ ଜାରି ହୋଇଛି ସତର୍କତା । ଘନ କୁହୁଡ଼ି ନେଇ ୭ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଅନୁଗୁଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, ଖୋର୍ଦ୍ଧା, କଟକ ଓ ଢେଙ୍କାନାଳକୁ ଜାରି ହୋଇଛି ଏହି ଓ୍ୱାର୍ଣ୍ଣିଂ । ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘନ କୁହୁଡ଼ି ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆଜି ସକାଳ ୮ଟା ୩୦ […]

fog

fog

Niharika Rout
  • Published: Thursday, 14 January 2021
  • Updated: 14 January 2021, 08:00 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଶୀତ କମିଥିଲେ ମଧ୍ୟ କୁହୁଡ଼ି ନେଇ ଜାରି ହୋଇଛି ସତର୍କତା । ଘନ କୁହୁଡ଼ି ନେଇ ୭ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଅନୁଗୁଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, ଖୋର୍ଦ୍ଧା, କଟକ ଓ ଢେଙ୍କାନାଳକୁ ଜାରି ହୋଇଛି ଏହି ଓ୍ୱାର୍ଣ୍ଣିଂ । ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘନ କୁହୁଡ଼ି ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆଜି ସକାଳ ୮ଟା ୩୦ ପର୍ଯ୍ୟନ୍ତ ସତର୍କତା ଜାରି କରିଛି ପାଣିପାଗ ବିଭାଗ ।

ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ମୟୂରଭଂଜ, ପୁରୀ, କୋରାପୁଟ, ମାଲକାନଗିରି ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ସାମାନ୍ୟ କୁହୁଡ଼ି ସମ୍ଭାବନା ରହିଛି । ଆଭ୍ୟନ୍ତରୀଣ ଓଡ଼ିଶାରେ ଆସନ୍ତା ଦୁଇ ତିନି ଦିନ ପର୍ଯ୍ୟନ୍ତ ରାତିର ତାପମାତ୍ରା ୩ରୁ ୫ ଡିଗ୍ରୀ ଖସିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।  ଏହାବ୍ୟତୀତ ଉପକୂଳ ଓଡ଼ିଶାରେ ମଧ୍ୟ  ରାତିର ତାପମାତ୍ରା ୨ରୁ ୩ ଡିଗ୍ରୀ ଖସିପାରେ  ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos