ଗ୍ରୀଷ୍ମ ପ୍ରବାହରୁ ମିଳିପାରେ ତ୍ରାହୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହୋଇପାରେ। ସ୍ୱଳ୍ପ ଓ ମଧ୍ୟମଧରଣର ବର୍ଷା ସହ ଘଡ଼ଘଡ଼ି ମାରିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହାର ପ୍ରଭାବ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, କଳାହାଣ୍ଡି, ନୟାଗଡ଼, ଖୋର୍ଦ୍ଧା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଢେଙ୍କାନାଳ ଜିଲ୍ଲାରେ ଦେଖିବାକୁ ମିଳିବ। ବର୍ଷା ଓ ବଜ୍ରପାତ ପାଇଁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି ସମେତ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେପଟେ ଗତ ଦୁଇଦିନ […]

Weather Alert:

Weather Alert:

Manoranjan Sial
  • Published: Wednesday, 28 April 2021
  • Updated: 28 April 2021, 03:41 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହୋଇପାରେ। ସ୍ୱଳ୍ପ ଓ ମଧ୍ୟମଧରଣର ବର୍ଷା ସହ ଘଡ଼ଘଡ଼ି ମାରିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହାର ପ୍ରଭାବ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, କଳାହାଣ୍ଡି, ନୟାଗଡ଼, ଖୋର୍ଦ୍ଧା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଢେଙ୍କାନାଳ ଜିଲ୍ଲାରେ ଦେଖିବାକୁ ମିଳିବ। ବର୍ଷା ଓ ବଜ୍ରପାତ ପାଇଁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି ସମେତ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେପଟେ ଗତ ଦୁଇଦିନ ଧରି ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ୪୩.୧ ଡିଗ୍ରୀ ସହ ବୌଦ୍ଧ ରାଜ୍ୟର ସର୍ବାଧିକ ଉତ୍ତପ୍ତ ସହର ପାଲଟିଛି। କେବଳ ବୌଦ୍ଧ ନୁହେଁ, ରାଜଧାନୀ ଭୁବନେଶ୍ୱର ସମେତ ଅନୁଗୋଳ, ଟିଟିଲାଗଡ଼, ବାରିପଦା, ବଲାଙ୍ଗିର, ତାଳଚେର, ସୋନପୁର ଆଦି ୧୫ଟି ସହରର ତାପମାତ୍ରା ୪୦ ଉପରେ ରହିଛି। ଯାହାଫଳରେ ଜୀବନ ଯାତ୍ରା ପ୍ରଭାବିତ ହୋଇଛି। ଦିନ ୧୧ଟା ବେଳକୁ ଘରୁ ବାହାରି ହେଉନି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos