ଘନ କୁହୁଡ଼ି ନେଇ ଏହିସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ଅନେକ ଜିଲ୍ଲାରେ ଘନ କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିଥିବା ବେଳେ ଆସନ୍ତାକାଲି ମଧ୍ୟ କିଛି ଜିଲ୍ଲାରେ ଏଭଳି ସ୍ଥିତି ଦେଖାଯିବ। ଏଥିପାଇଁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ମଦନମୋହନ ଦାସ କହିଛନ୍ତି, “ଆସନ୍ତାକାଲି ପର୍ଯ୍ୟନ୍ତ ଘନ କୁହୁଡ଼ି ନେଇ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, କଳାହାଣ୍ଡି, ଓ କୋରାପୁଟ ଜିଲ୍ଲା ପାଇଁ ଏହି […]

fog

fog

Jyoshna Pradhan
  • Published: Friday, 17 January 2020
  • Updated: 17 January 2020, 02:05 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ଅନେକ ଜିଲ୍ଲାରେ ଘନ କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିଥିବା ବେଳେ ଆସନ୍ତାକାଲି ମଧ୍ୟ କିଛି ଜିଲ୍ଲାରେ ଏଭଳି ସ୍ଥିତି ଦେଖାଯିବ। ଏଥିପାଇଁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ମଦନମୋହନ ଦାସ କହିଛନ୍ତି, “ଆସନ୍ତାକାଲି ପର୍ଯ୍ୟନ୍ତ ଘନ କୁହୁଡ଼ି ନେଇ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, କଳାହାଣ୍ଡି, ଓ କୋରାପୁଟ ଜିଲ୍ଲା ପାଇଁ ଏହି ସତ୍ତର୍କ ସୂଚନା ଜାରି କରାଯାଇଛି। ତା’ ସହିତ ପୁରୀ, ଜଗତସିଂହପୁର, ଖୋର୍ଦ୍ଧା,ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ମଧ୍ୟ ଘନ କୁଡୁଡ଼ି ଦେଖାଯିବାର ସମ୍ଭାବନା ରହିଛି।”

ସେ ଆହୁରି କହିଛନ୍ତି ଯେ ଆଜି ଅନୁଗୋଳରେ ସର୍ବନିମ୍ନ ତାପମାତ୍ରା ୭.୬ ଡିଗ୍ରୀ ଥିଲା। ସେହିପରି ଫୁଲବାଣୀ ଓ ସୋନପୁରର ତାପମାତ୍ରା ମଧ୍ୟ ୧୦ ଡିଗ୍ରୀ ତଳେ ରହିଥିଲା।

ସୂଚନାଯୋଗ୍ୟ, ଆଜି ଖୋର୍ଦ୍ଧା, ଭଦ୍ରକ, ପୁରୀ, ପାରାଦୀପ, ଜଗତସିଂହପୁର, ଟିଟିଲାଗଡ଼, ସୁନ୍ଦରଗଡ଼, ଫୁଲବାଣୀ, ମାଲକାନଗିରି, କଟକ ଓ ଅନୁଗୋଳ ଜିଲ୍ଲାର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଦେଖିବାକୁ ମିଳିଥିଲା। ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ସମାନ ସ୍ଥିତି ଦେଖିବାକୁ ମିଳିଥିଲା।

ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଆଜି ଚାନ୍ଦବାଲିକୁ ସବୁଠୁ ଅଧିକ କୁହୁଡ଼ି ଆଚ୍ଛାଦିତ କରି ରଖିଥିଲା।  ସକାଳେ ଏଠାରେ ୨୦ ମିଟର ପରେ ଆଉ କିଛି ଦୃଶ୍ୟମାନ ହେଉ ନଥିଲା। ସେହିପରି ପାରାଦୀପ ଓ ଅନୁଗୋଳରେ ୩୦ମିଟର, କଟକ, ଭୁବନେଶ୍ୱର ଓ ପୁରୀରେ ୫୦ ମିଟର ପରେ କିଛି ଦେଖାଯାଉ ନଥିଲା। ଏଭଳି ସ୍ଥିତି ଯୋଗୁ ଗାଡ଼ି ଚଳାଚଳରେ ବାଧା ଉପୁଜି ଥିଲା। କିଛି ସ୍ଥାନରେ ଦୁର୍ଘଟଣା ଘଟିଥିବା ବେଳେ ଧାମରାରେ ମୁହାଣ ନିକଟରେ ଏକ ଲଞ୍ଚ୍ ବାଟବଣା ହୋଇଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story