Advertisment

ହେବ ଝଡ଼ବର୍ଷା ଓ ବଜ୍ରପାତ: ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ ଏସ୍‌ଆର୍‌ସିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ଓ ରବିବାର କେତେକ ଜିଲ୍ଲାରେ ଝଡ଼ବର୍ଷା, ବଜ୍ରପାତ ହେବାର ସମ୍ଭାବନା ରହିଛି। ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି। ଆଉ ଏହାକୁ ଦୃଷ୍ଟିରେ ରଖି ସତର୍କ ରହିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲଫ୍‌ କମିଶନର(ଏସ୍‌ଆର୍‌ସି)। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ବୁଲେଟିନ୍‌ ଅନୁସାରେ ଆଜି ସକାଳ ସାଢ଼େ ୮ଟାରୁ ଆସନ୍ତାକାଲି ଅର୍ଥାତ ୯ ତାରିଖ ସକାଳ ସାଢ଼େ ୮ଟା ମଧ୍ୟରେ […]

ଅଦ୍ୟତନ ହୋଇଛି
ସ୍କୁଲରେ ବଜ୍ରପାତ, ୧୦ରୁ ଅଧିକ ଛାତ୍ରଛାତ୍ରୀ ଗୁରୁତର

lightning

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ଓ ରବିବାର କେତେକ ଜିଲ୍ଲାରେ ଝଡ଼ବର୍ଷା, ବଜ୍ରପାତ ହେବାର ସମ୍ଭାବନା ରହିଛି। ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି। ଆଉ ଏହାକୁ ଦୃଷ୍ଟିରେ ରଖି ସତର୍କ ରହିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲଫ୍‌ କମିଶନର(ଏସ୍‌ଆର୍‌ସି)।

Advertisment

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ବୁଲେଟିନ୍‌ ଅନୁସାରେ ଆଜି ସକାଳ ସାଢ଼େ ୮ଟାରୁ ଆସନ୍ତାକାଲି ଅର୍ଥାତ ୯ ତାରିଖ ସକାଳ ସାଢ଼େ ୮ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ତେବେ ରାଜ୍ୟର ବାକି ଜିଲ୍ଲାର ପାଗ ସାଧାରଣତଃ ଶୁଖିଲା ରହିବ। ଘଡ଼ଘଡ଼ି ଓ ବଜ୍ରପାତ ନେଇ କୋରାପୁଟ୍‌, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲା ପାଇଁ ୱେଲୋ ୱାର୍ଣ୍ଣିଂ ଜାରି କରି ପାଣିପାଗ ବିଜ୍ଞାନ କେନ୍ଦ୍ର।

୯ ତାରିଖ ସକାଳ ସାଢ଼େ ୮ଟାରୁ ୧୦ ତାରିଖ ସାଢ଼େ ୮ଟା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣ ବର୍ଷା ଓ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ତେବେ ରାଜ୍ୟର ବାକି ଜିଲ୍ଲାରେ ସାଧାରଣତଃ ପାଗ ଶୁଖିଲା ରହିବ।

Advertisment

ଠିକ୍‌ ସେହିପରି ୧୦ ତାରିଖ ସକାଳ ସାଢ଼େ ୮ଟାରୁ ୧୧ ତାରିଖ ସକାଳ ସାଢ଼େ ୮ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣ ବର୍ଷା ହେବାର ସମ୍ଭାବନା ରହିଛି। ତେବେ କାଳବୈଶାଖୀ ନେଇ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କେନ୍ଦୁଝର ଓ ମୟୂରଭଞ୍ଜ ପାଇଁ ୱେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ସତର୍କ ସୂଚନା ଜାରି କରାଯାଇଥିବା ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଆଜି ଏସ୍‌ଆର୍‌ସି ସଜାଗ କରିଛନ୍ତି। ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି। ବର୍ଷା ଓ କ୍ଷୟକ୍ଷତି ରିପୋର୍ଟ ପ୍ରଦାନ କରିବାକୁ ଏସ୍‌ଆର୍‌ସି ନିର୍ଦ୍ଦେଶ ଦେଇଛନ୍ତି।

Heavy Rain
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe