୧୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ, ଘଡ଼ଘଡ଼ି ସହ ମାରିବ ବିଜୁଳି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ମୌସୁମୀ ବର୍ଷାର ପ୍ରଭାବ ସାମାନ୍ୟ ହ୍ରାସ ପାଇଛି। କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ଆସନ୍ତା ୪ରୁ ୫ ଦିନ ମଧ୍ୟରେ ଉପକୂଳ ଓ ଆଭ୍ୟନ୍ତରୀଣ କିଛି ଜିଲ୍ଲାରେ ହାଲୁକାରୁ ସାମାନ୍ୟ ବର୍ଷା ହେବାର ସମ୍ଭାବନା ରହିଛି। ଘଡ଼ଘଡ଼ି ସହ ବଜ୍ରପାତ ନେଇ ଆଜି ୧୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି । ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ, ଦେବଗଡ଼,  ଝାରସୁଗୁଡ଼ା, ସମ୍ବଲପୁର, କୋରାପୁଟ, ନବରଙ୍ଗପୁର, ମାଲକାନଗିରି ଏବଂ […]

Heavy rain

Heavy rain

Niharika Rout
  • Published: Saturday, 03 July 2021
  • Updated: 03 July 2021, 12:43 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ମୌସୁମୀ ବର୍ଷାର ପ୍ରଭାବ ସାମାନ୍ୟ ହ୍ରାସ ପାଇଛି। କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ଆସନ୍ତା ୪ରୁ ୫ ଦିନ ମଧ୍ୟରେ ଉପକୂଳ ଓ ଆଭ୍ୟନ୍ତରୀଣ କିଛି ଜିଲ୍ଲାରେ ହାଲୁକାରୁ ସାମାନ୍ୟ ବର୍ଷା ହେବାର ସମ୍ଭାବନା ରହିଛି।

ଘଡ଼ଘଡ଼ି ସହ ବଜ୍ରପାତ ନେଇ ଆଜି ୧୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି । ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ, ଦେବଗଡ଼,  ଝାରସୁଗୁଡ଼ା, ସମ୍ବଲପୁର, କୋରାପୁଟ, ନବରଙ୍ଗପୁର, ମାଲକାନଗିରି ଏବଂ ବାଲେଶ୍ୱର ଜିଲ୍ଲାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ରହିଛି । ବାକି ଅନ୍ୟ ଜିଲ୍ଲାଗୁଡ଼ିକରେ ମଧ୍ୟ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଛି ବୋଲି କହିଛନ୍ତି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ.ଆର. ବିଶ୍ୱାସ ।

ଗତକାଲି ଭୁବନେଶ୍ୱରରେ କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇଥିବା ବେଳେ ଆସନ୍ତା ୨ରୁ ୩ ଦିନ ମଧ୍ୟରେ ମଧ୍ୟ ଏଭଳି ପାଗ ଲାଗି ରହିବ ବୋଲି କୁହାଯାଇଛି।

ଗତକାଲି କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇଥିବା ମଧ୍ୟ ରେକର୍ଡ ହୋଇଛି । ମୟୂରଭଂଜର ଚନ୍ଦନପୁରରେ ସର୍ବାଧିକ ୧୨୧. ୪ ମିଲିମିଟର ବର୍ଷା ରେକର୍ଡ ହୋଇଛି । ସେହିପରି ନୂଆପଡ଼ା କୋମନାରେ ୮୬. ୩ ମିଲିମିଟର, ବରଗଡ଼ ଜିଲ୍ଲା ପଦ୍ମପୁରରେ ୮୦ ମିମି,  ନବରଙ୍ଗପୁର ଝରିଗାଁରେ ୭୯. ୪ ମିଲିମିଟର  ବର୍ଷା ରେକର୍ଡ ହୋଇଛି।

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos