ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁଁ ଭିଜୁଛି ଓଡ଼ିଶା । ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାରେ ୨ ଦିନ ଧରି ବର୍ଷା ଜାରି ରହିଛି ।
ଆଜି ୧୨ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ସବୁ ଜିଲ୍ଲାଗୁଡ଼ିକ ହେଲା କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ବରଗଡ଼, ବୌଦ୍ଧ, ଗଞ୍ଜାମ, ପୁରୀ, ସୁବର୍ଣ୍ଣପୁର, ନୟାଗଡ଼, ରାୟଗଡ଼ା, କେନ୍ଦୁଝର ଏବଂ ମୟୂରଭଞ୍ଜ ।
ଏହାର ପ୍ରଭାବ ଆସନ୍ତା ୫ ତାରିଖ ଯାଏ ରହିବ ବୋଲି ପାଣିପାଗ ବିଭାଗ କହିଛି। ଫଳରେ ୫ ତାରିଖ ଯାଏଁ ସମୁଦ୍ରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି ।