Advertisment

୧୫ ଜିଲ୍ଲାକୁ ୟେଲୋ ଓ୍ୱର୍ଣ୍ଣିଂ, ଆସନ୍ତା ୨୪ ଘଣ୍ଟାରେ ଛେଚିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ରହିଛି । ଏଥିଲାଗି ୧୫ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ୱର୍ଣ୍ଣିଂ ଜାରି କରାଯାଇଛି । ୟେଲୋ ଓ୍ୱର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଲା କେଉଁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳ, ଗଞ୍ଜାମ, କଟକ ଓ ଜଗତସିଂହପୁର ।  ସେହିପରି ୨୪ ଘଣ୍ଟା ପରେ […]

ଅଦ୍ୟତନ ହୋଇଛି
୫ରୁ ପ୍ରବଳ ଛେଚିବ, ସତର୍କ କଲା ପାଣିପାଗ ବିଭାଗ

Rain

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ରହିଛି । ଏଥିଲାଗି ୧୫ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ୱର୍ଣ୍ଣିଂ ଜାରି କରାଯାଇଛି ।

Advertisment

ୟେଲୋ ଓ୍ୱର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଲା କେଉଁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳ, ଗଞ୍ଜାମ, କଟକ ଓ ଜଗତସିଂହପୁର ।  ସେହିପରି ୨୪ ଘଣ୍ଟା ପରେ କେଉଁଝର, ମୟୁରଭଂଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି ଓ କନ୍ଧମାଳ ଜିଲ୍ଲାକୁ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି  ।

ବଙ୍ଗୋପସାଗରରେ ଏକ ଗୁରୁଚାପ ରହିଥିବାରୁ ଜଳୀୟ ବାଷ୍ପ ଭୂପୃଷ୍ଠକୁ ଆସିବା ସହ କାଳବୈଶାଖୀ କରାଉଛି ବୋଲି ପାଣିପାଗ ବିଜ୍ଞାନୀ କହିଛନ୍ତି । ଅନ୍ୟପଟେ କେରଳ ଓ କର୍ଣ୍ଣାଟକରେ ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷା ଜାରି ରହିଛି । ଯାହାକି କେରଳରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁକୁ ପ୍ରବେଶ କରାଇବାରେ ସହାୟକ ହେବ ବୋଲି ଅାକଳନ କରାଯାଇଛି । ଫଳରେ ଜୁନ ପ୍ରଥମ ସପ୍ତାହରୁ ରାଜ୍ୟର ଅନେକ ସ୍ଥାନରେ ପ୍ରାକ୍‌ ମୋସୁମୀ ବର୍ଷା ଆରମ୍ଭ ହେବ ବୋଲି ପାଣିପାଗ ବିଜ୍ଞାନୀ କହିଛନ୍ତି

Advertisment
Heavy Rain Weather Report
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe