୨ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ ହୋଇପାରେ ପ୍ରବଳ ବର୍ଷା। ରାଜ୍ୟର ଏହି ୨ଟି ଜିଲ୍ଲାକୁ ଆଜି ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।  ଆସନ୍ତା କାଲି ସକାଳ ୮ଟା ୩୦ ପର୍ଯ୍ୟନ୍ତ ସତର୍କ ରହିବାକୁ ଏହି ୨ ଜିଲ୍ଲାବାସୀଙ୍କୁ ସୂଚନା ଦିଆଯାଇଛି। ବାକି ଅଞ୍ଚଳରେ ବର୍ଷା ସମ୍ଭାବନା କମ୍ ରହିଛି । ଲଘୁଚାପ ପ୍ରଭାବରେ ତୁହାକୁ ତୁହା ବର୍ଷା ପରେ ଆଜି ପାଗରେ ସାମାନ୍ୟ ପରିବର୍ତ୍ତନ ଆସିବ। ଲଗାଣ […]

rain-1-1

rain-1-1

Niharika Rout
  • Published: Tuesday, 22 September 2020
  • Updated: 22 September 2020, 10:21 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ ହୋଇପାରେ ପ୍ରବଳ ବର୍ଷା। ରାଜ୍ୟର ଏହି ୨ଟି ଜିଲ୍ଲାକୁ ଆଜି ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।  ଆସନ୍ତା କାଲି ସକାଳ ୮ଟା ୩୦ ପର୍ଯ୍ୟନ୍ତ ସତର୍କ ରହିବାକୁ ଏହି ୨ ଜିଲ୍ଲାବାସୀଙ୍କୁ ସୂଚନା ଦିଆଯାଇଛି। ବାକି ଅଞ୍ଚଳରେ ବର୍ଷା ସମ୍ଭାବନା କମ୍ ରହିଛି ।

ଲଘୁଚାପ ପ୍ରଭାବରେ ତୁହାକୁ ତୁହା ବର୍ଷା ପରେ ଆଜି ପାଗରେ ସାମାନ୍ୟ ପରିବର୍ତ୍ତନ ଆସିବ। ଲଗାଣ ବର୍ଷା ଯୋଗୁଁ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇଥିଲା ।  ବର୍ଷା ଯୋଗୁଁ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଥିଲା ।

ଗତ ୨୪ ଘଣ୍ଟାରେ ରାଜଧାନୀ ଭୁବନେଶ୍ୱରରେ ୮୮ ମିଲିମିଟର ବର୍ଷା ରେକର୍ଡ ହୋଇଛି। ସେହିପରି କଟକରେ ୮ ମିଲିମିଟର ଓ ମୁଣ୍ଡୁଳୀରେ ୧୩ ମିଲିମିଟର ବର୍ଷା ରେକର୍ଡ ହୋଇଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos