୭ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ; ପ୍ରବଳ ‍ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଏବେ ମୌସୁମୀ ସ୍ୱାଭାବିକ ଥିବାବେଳେ ବର୍ଷାର ପରିମାଣ କମ୍ ରହିଛି। ତେବେ ଆଜିଠୁ ବର୍ଷାର ପରିମାଣ ବଢ଼ିପାରେ। ଏ ନେଇ ୭ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା- ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, କୋରାପୁଟ, ନୂଆପଡ଼ା ଓ ବରଗଡ଼। ଏସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଆସନ୍ତାକାଲି ଓ ୧୪ ତାରିଖ ସାରା ରାଜ୍ୟରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର […]

rain-2-1

Niharika Rout
  • Published: Sunday, 12 July 2020
  • , Updated: 12 July 2020, 09:59 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଏବେ ମୌସୁମୀ ସ୍ୱାଭାବିକ ଥିବାବେଳେ ବର୍ଷାର ପରିମାଣ କମ୍ ରହିଛି। ତେବେ ଆଜିଠୁ ବର୍ଷାର ପରିମାଣ ବଢ଼ିପାରେ। ଏ ନେଇ ୭ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା- ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, କୋରାପୁଟ, ନୂଆପଡ଼ା ଓ ବରଗଡ଼। ଏସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।

ଆସନ୍ତାକାଲି ଓ ୧୪ ତାରିଖ ସାରା ରାଜ୍ୟରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ମୌସୁମୀ ଟ୍ରପ୍ ଲାଇନ୍ ଧୀରେଧୀରେ ଦକ୍ଷିଣ ଆଡ଼କୁ ଗତି କରିବ। ଏହାର ପ୍ରଭାବରେ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆଜି ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ସେହିପରି ଆସନ୍ତାକାଲି କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବୌଦ୍ଧ, ବରଗଡ଼, ବଲାଙ୍ଗିର, ଅନୁଗୁଳ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୧୪ ତାରିଖରେ ନୂଆପଡ଼ା, ବଲାଙ୍ଗିର ସମ୍ବଲପୁର ଓ ମାଲକାନଗିରି ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Related story