ରାଉରକେଲା(ସତ୍ୟାନନ୍ଦ ମହାନ୍ତି): ରାଉରକେଲା ବାସନ୍ତୀ କଲୋନୀ ଫ୍ଲାଇ ଓଭର ନିକଟରେ ଦ୍ରୁତ ଗତିରେ ଆସୁଥିବା ଏକ ବାଇକ୍ ଧକ୍କାରେ ଗତକାଲି ଗୁରୁତର ହୋଇ ପଡ଼ିଥିବା ଜଣେ ଯୁବତୀଙ୍କର ଆଜି ମୃତ୍ୟୁ ହୋଇଛି। ତାଙ୍କ ନାଁ ପ୍ରିୟା ଗୁପ୍ତା(୨୧)।
ଗତକାଲି ସନ୍ଧ୍ୟାରେ ପ୍ରିୟା ଓଭର ବ୍ରିଜ୍ ନିକଟରେ ଚାଲି ଚାଲି ଯାଉଥିଲେ। ଏହି ସମୟରେ ପଛରୁ ଦ୍ରୁତ ଗତିରେ ଆସୁଥିବା ଏକ ବାଇକ୍ ତାଙ୍କୁ ଧକ୍କା ଦେଇଥିଲା। ପ୍ରିୟା ରାସ୍ତାରେ ଛିଟିକି ପଡ଼ି ଗୁରୁତର ଆହତ ହୋଇଥିଲେ। ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ଆଇଜିଏଚ୍ରେ ଭର୍ତ୍ତି କରିଥିଲେ।
ସେଠାରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ଆଜି ସକାଳେ ତାଙ୍କୁ କଟକ ସ୍ଥାନାନ୍ତର କରାଯାଉଥିଲା। ମାତ୍ର ବାଟରେ ତାଙ୍କର ମୃତ୍ୟୁ ଘଟିଲା। ପୁଲିସ୍ ଦୁର୍ଘଟଣା ଘଟାଇଥିବା ବାଇକ୍ ଚାଳକକୁ ଗିରଫ କରିଛି। ଏଥିସହ ଦ୍ରୁତ ଗାଡ଼ି ଚାଳନା ଉପରେ ଲଗାମ ଦେବାକୁ ରାଉରକେଲା ଏସ୍ପିଙ୍କ ନିକଟରେ ସ୍ଥାନୀୟ ଲୋକେ ଦାବି କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।