ଟ୍ରେନ୍‌ ଲାଇନ୍‌ରୁ ଯୁବତୀଙ୍କ ମୃତଦେହ ଉଦ୍ଧାର

ନୟାଗଡ଼(ଆର୍ତ୍ତତ୍ରାଣ ପ୍ରଧାନ ): ନୟାଗଡ଼ ଜିଲ୍ଲା ଇଟାମାଟି ଥାନା ବାଉଁଶିଆପଦା ନିକଟସ୍ଥ ଟ୍ରେନ୍‌ ଲାଇନରୁ ଗତ ରାତିରେ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବତୀଙ୍କ ଘର ଇଟାମାଟି ଥାନା ପୁରୁଷୋତ୍ତମପୁର ଗାଁରେ । ପୁଲିସ୍‌ ସୂଚନା ଅନୁଯାୟୀ, ଯୁବତୀଜଣକ ଗତକାଲି ସନ୍ଧ୍ୟାରେ ଘରୁ କିଛି ନ କହି ପଳାଇ ଯାଇଥିଲେ। ପ୍ରାୟ ୨ କି.ମି ଚାଲି ଚାଲି ଯିବା ପରେ ଯୁବତୀଜଣକ ଟ୍ରେନ ଆଗକୁ ଡେଇଁ ଆତ୍ମହତ୍ୟା କରିଥିବା ଅନୁମାନ କରାଯାଉଛି। ତେବେ ଯୁବତୀଜଣକ […]

train-1

train-1

Niharika Rout
  • Published: Wednesday, 20 November 2019
  • Updated: 20 November 2019, 10:48 AM IST

Sports

Latest News

ନୟାଗଡ଼(ଆର୍ତ୍ତତ୍ରାଣ ପ୍ରଧାନ ): ନୟାଗଡ଼ ଜିଲ୍ଲା ଇଟାମାଟି ଥାନା ବାଉଁଶିଆପଦା ନିକଟସ୍ଥ ଟ୍ରେନ୍‌ ଲାଇନରୁ ଗତ ରାତିରେ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବତୀଙ୍କ ଘର ଇଟାମାଟି ଥାନା ପୁରୁଷୋତ୍ତମପୁର ଗାଁରେ ।

ପୁଲିସ୍‌ ସୂଚନା ଅନୁଯାୟୀ, ଯୁବତୀଜଣକ ଗତକାଲି ସନ୍ଧ୍ୟାରେ ଘରୁ କିଛି ନ କହି ପଳାଇ ଯାଇଥିଲେ। ପ୍ରାୟ ୨ କି.ମି ଚାଲି ଚାଲି ଯିବା ପରେ ଯୁବତୀଜଣକ ଟ୍ରେନ ଆଗକୁ ଡେଇଁ ଆତ୍ମହତ୍ୟା କରିଥିବା ଅନୁମାନ କରାଯାଉଛି। ତେବେ ଯୁବତୀଜଣକ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ କେହି ହତ୍ୟା କରି ଆତ୍ମହତ୍ୟାର ରୂପ ଦେଇଛି  ସେ ଦିଗରେ ପୁଲିସ୍‌ ତଦନ୍ତ ଜାରି ରଖିଛି। ଝିଅ ମୃତ୍ୟୁ ଖବର ପାଇ ପରିବାର ଲୋକେ ଥାନାରେ ପହଞ୍ଚି ମୃତଦେହ ଚିହ୍ନଟ କରିଛନ୍ତି।

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos