ଆନନ୍ଦପୁର(ମୁନା ସିଂ): କେନ୍ଦୁଝର ଜିଲ୍ଲା ରାମଚନ୍ଦ୍ରପୁର ଥାନା ଅନ୍ତର୍ଗତ କଡ଼ରାପାଳ ଗାଁରେ ଗ୍ୟାସ ନିଆଁରେ ପୋଡ଼ି ହୋଇ ଶ୍ୱଶୁର-ବୋହୂ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରିବାକୁ ଯାଇ ମହିଳାଙ୍କ ଦିଅର ମଧ୍ୟ ଆହତ ହୋଇଛନ୍ତି।
ସୂଚନା ଅନୁସାରେ, ଗତକାଲି ସନ୍ଧ୍ୟାରେ ସଞ୍ଜୀବନୀ ବାରିକ ନାମ୍ନୀ ମହିଳା ଚା’ କରୁଥିବା ବେଳେ ହଠାତ୍ ଗ୍ୟାସ୍ ଚୁଲାରୁ ନିଆଁ ତାଙ୍କ ଦେହରେ ଲାଗିଯାଇଥିଲା। ତେବେ ସଞ୍ଜୀବନୀଙ୍କ ଦେହରେ ନିଆଁ ଲାଗିଥିବା ଦେଖି ତାଙ୍କ ଶ୍ୱଶୁର ନରୋତ୍ତମ ଉଦ୍ଧାର କରିବାକୁ ଯାଇ ସେ ମଧ୍ୟ ଗୁରୁତର ହୋଇଛନ୍ତି। ଏହି ଘଟଣାରେ ସଞ୍ଜୀବନୀଙ୍କ ଦିଅର ନାରାୟଣ ମଧ୍ୟ ସାମାନ୍ୟ ଆହତ ହୋଇଛନ୍ତି। ସମସ୍ତଙ୍କୁ ଆନନ୍ଦପୁର ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା।
ସଞ୍ଜୀବନୀଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ସଞ୍ଜୀବନୀଙ୍କ ଶରୀରର ପ୍ରାୟ ୭୦ ଭାଗରୁ ଅଧିକ ପୋଡ଼ି ଯାଇଥିବା ବେଳେ ନରୋତ୍ତମ ପ୍ରାୟ ୩୦ ପ୍ରତିଶତରୁ ଅଧିକ ପୋଡ଼ି ହୋଇ ଯାଇଥିବା ଜଣାପଡ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Human Intrest
‘ଜଙ୍ଗଲ ଜମିର ପଟ୍ଟା ଦିଅ, ମନରେଗାରେ କାମ ଦିଅ’
ଗ୍ରାମବାସୀଙ୍କ ଠାରୁ ଜାଣିଲୁ ଯେ ପ୍ରତି ବର୍ଷ ଅଗଷ୍ଟରୁ ଡିସେମ୍ବର ମାସ ମଧ୍ୟରେ ନିଜ ବିଲରୁ ଆସିଥିବା ଖାଦ୍ୟ ଶସ୍ୟ ସରିଯାଏ। ଲୋକେ ସେହି ସମୟର ଖାଦ୍ୟ ଆବଶ୍ୟକତା ପୂରଣ ଲାଗି ଆମ୍ବ ଟାକୁଆ ପୂର୍ବରୁ ସଂଗ୍ରହ କରିଥାନ୍ତି। ଘରେ ଚାଉଳ ସରିଆସିଲେ ସେହି ଆମ୍ବ ଟାକୁଆର କୋଇଲିକୁ ଗୁଣ୍ଡ କରି, ତାକୁ ଭିଜାଇ ସେହିଥିରେ ଟାକୁଆ ପେଜ ତିଆରି କରିଥାନ୍ତି। ଡିସେମ୍ବରରେ ପୁଣି ନୂଆ ଧାନ ଆସିଗଲେ ବଳକା ଟାକୁଆକୁ ସେମାନେ ଫୋପାଡ଼ି ଦେଇଥାନ୍ତି।
Accident
ଧାନ ଫସଲ ଜଗିଥିଲେ ଚାଷୀ; ଦଳିଦେଲେ ହାତୀ
ଆଜି ସକାଳେ ସ୍ଥାନୀୟ ଲୋକେ ବିଲକୁ ଯାଇଥିବା ବେଳେ ଗଣେଶଙ୍କ ମୃତଦେହ ପଡ଼ିଥିବା ଦେଖିଥିଲେ।
Crime
ମହାଧୂର୍ତ୍ତ ଡେପୁଟି ଜେନେରାଲ୍ ମ୍ୟାନେଜର୍; ପଡ଼ୋଶୀ ଛାତରୁ ମିଳିଲା ବିଡ଼ା ବିଡ଼ା ନୋଟ୍
ସୁବାଷ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।
Accident
ବାଲିଯାତ୍ରାରେ ଅଘଟଣ; ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଲିଗଲା ନାବାଳକଙ୍କ ଜୀବନ
କଟକ ତୁଳସୀପୁର ସ୍ଥିତ ଶିଶୁ ମନ୍ଦିରରେ ଯୁକ୍ତ ଦୁଇରେ ପଢୁଥିଲେ ବିଶ୍ୱ ପ୍ରକାଶ ।
Entertainment
ବିବାହ ବନ୍ଧନରେ ବାନ୍ଧି ହେଲେ ଏଲିନା; ଫ୍ୟାନଙ୍କୁ ଦେଲେ ସରପ୍ରାଇଜ୍
ଦୀର୍ଘ ବର୍ଷ ଧରି ଏଲିନା ଓ ଅନୁରାଗ ଘନିଷ୍ଠ ବନ୍ଧୁ ଥିଲେ। ଉଭୟଙ୍କ ବିବାହକୁ ନେଇ ଚର୍ଚ୍ଚା ହେଉଥିଲା।