ଅନୁଗୋଳ(ବିରଜା ପ୍ରସାଦ ଦାସ): କରୋନା ସମ୍ପର୍କରେ ଗୁଜବ ପ୍ରଚାର କରି ଅନୁଗୋଳ ଜିଲ୍ଲାର ଜଣେ ବ୍ୟକ୍ତି ଗିରଫ ହୋଇଛନ୍ତି। ଏହି ବ୍ୟକ୍ତିଜଣକ ହେଲେ ଅନୁଗୋଳ ଥାନା ଶଙ୍କର ସିନେମା ରୋଡ ୬ନମ୍ବର ଓ୍ୱାର୍ଡରେ ରହୁଥିବା ବିଜୟ କୁମାର ସୋନି।
ପୁଲିସ୍ ସୂଚନା ଅନୁଯାୟୀ, କରୋନା ଭାଇରସକୁ ନେଇ ମିଥ୍ୟା ଖବର ନିଜ ଫେସ୍ବୁକ୍ ଆକାଉଣ୍ଟରେ ପୋଷ୍ଟ କରିଥିଲେ ବିଜୟ। ଅନୁଗୋଳରେ କରୋନା ଭୁତାଣୁରେ ଜଣେ ସଂକ୍ରମିତ ହୋଇଥିବା ନେଇ ସେ ନିଜ ସୋଶାଲ ମିଡିଆ ଆକାଉଣ୍ଟରେ ପୋଷ୍ଟ କରିଥିଲେ। ଯାହାକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଭୟ ଖେଳିଯାଇଥିଲା। ପରେ ବିଜୟଙ୍କୁ ଗିରଫ କରାଯିବା ସହ ତାଙ୍କଠାରୁ ଏକ ମୋବାଇଲ ଜବତ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଶ୍ୱଶୁର ଘର ଆଗରେ ଯୌତୁକ ସାମଗ୍ରୀ ପୋଡ଼ିଦେଲେ ଜ୍ୱାଇଁ
ଯୌତୁକରେ ଆପାଚି ଗାଡ଼ି ଓ ନଗଦ ଟଙ୍କା ଦାବି କରିଥିଲେ ବିଜୟ। ହେଲେ ଏଥିରେ ମମତା ରାଜି ନହେବାରୁ ଆରମ୍ଭ ହୋଇଥିଲା ନାନା ନିର୍ଯାତନ। ଅଭିଯୋଗ ଅନୁସାରେ ମମତାଙ୍କୁ ତାଙ୍କ ସ୍ୱାମୀ ବିଜୟ ଓ ଶାଶୁ ମାଡ଼ ମାରୁଥିଲେ। ଯୌତୁକ ଆଣିବା ପାଇଁ ବାଧ୍ୟ କରୁଥିଲେ।
Accident
ଗଛରେ ପିଟିହେଲା ପିକ୍ଅପ୍; ୨ ଜଣଙ୍କ ମୃତ୍ୟୁ
ଆଜି ଅପରାହ୍ନ ପ୍ରାୟ ସାଢ଼େ୨ଟା ହେବ। ପାଟଣାଗଡ଼ରୁ ପଦ୍ମପୁର ଅଭିମୁଖେ ଯାଉଥିବା ଏକ ଦ୍ରୁତଗାମୀ ପିକ୍ଅପ୍ ଭ୍ୟାନ୍ଟି ପଢେଲ ଗାଁ ନିକଟରେ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଗଛରେ ପିଟି ହୋଇଯାଇଥିଲା।
Guest Column
ଓଡ଼ିଶା ସନ୍ଥ ଓ ବିଦ୍ୱାନଙ୍କ ଭୂମି: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ବନ୍ଧୁଗଣ! ଓଡ଼ିଶାର ସନ୍ଥ କବି ଭୀମ ଭୋଇ କହିଥିଲେ, ମୋ ଜୀବନ ପଛେ ନର୍କେ ପଡ଼ିଥାଉ, ଜଗତ ଉଦ୍ଧାର ହେଉ। ଏହାର ଭାବାର୍ଥ ହେଉଛି ଯେ ମୋତେ ଯେତେ ଯନ୍ତ୍ରଣା ସହିବାକୁ ପଡ଼ୁ ପଛେ...କିନ୍ତୁ ଦୁନିଆକୁ ରକ୍ଷା କରାଯାଉ। ଏହା ମଧ୍ୟ ଓଡ଼ିଶାର ସଂସ୍କୃତି। ଓଡ଼ିଶା ସମଗ୍ର ଦେଶ ତଥା ସମଗ୍ର ମାନବ ସମାଜର ସେବା କରୁଛି।
Accident
ଅଟୋକୁ ଧକ୍କା ଦେଲା ବିଧାୟକଙ୍କ ଗାଡ଼ି; ୪ ଆହତ
ଦୁର୍ଘଟଣା ନେଇ ବିଧାୟକଙ୍କର କୌଣସି ପ୍ରତିକ୍ରିୟା ମିଳିନାହିଁ।