ବିନିକା ( ଦିଲୀପ ସାହୁ): ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ସିଂଘିଯୁବା କ୍ୱାରେଣ୍ଟାଇନ୍ ସେଣ୍ଟର ପରିସରରେ ଆଜି ଭୋରରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ନାଁ ଗୋକୁଳ ସେଠ୍। ତାଙ୍କ ଘର ପଶ୍ଚିମବଙ୍ଗର ମୁର୍ଶିଦାବାଦ ଜିଲ୍ଲାର କୋହିଦପୁର ଗାଁରେ।
ଗୋକୁଳ ଆଜି ସକାଳେ ଶୌଚାଳୟକୁ ଯାଇଥିବା ବେଳେ ସେଠାରେ ହଠାତ୍ ଅସୁସ୍ଥ ହୋଇ ପଡ଼ିଯାଇଥିଲେ। ଏହାର କିଛି ସମୟ ପରେ ତାଙ୍କର ମୃତ୍ୟୁ ଘଟିଥିଲା।
ଗୋକୁଳ ଦୀର୍ଘଦିନ ହେବ ସିଂଘିଯୁବା ଅଞ୍ଚଳରେ ରାଜମିସ୍ତ୍ରୀ ଭାବେ କାମ କରୁଥିଲେ। ହେଲେ ଲକ୍ଡାଉନ୍ ହେତୁ ନିଜ ଘରକୁ ଫେରି ନ ପାରି ସିଂଘିଯୁବା ବିଦ୍ୟାଳୟର ପୁରୁଣା ବିଲ୍ଡିଂରେ ୮ ଜଣ ଯୁବକଙ୍କ ସହିତ ରହୁଥିଲେ। ଖବର ପାଇ ସୁବର୍ଣ୍ଣପୁର ଉପଜିଲ୍ଲାପାଳ, ପୁଲିସ୍ ଓ ମେଡିକାଲ ଟିମ୍ ସହ ପହଞ୍ଚି ଘଟଣାର ଯାଞ୍ଚ କରିଥିବା ଜଣାଯାଇଛି। ଏହାପରେ ମୃତଦେହକୁ ବ୍ୟବଚ୍ଛେଦ ନିମନ୍ତେ ବିନିକା ପଠାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।