ଉଦଳା(ମାନସ ପାଣି): ମହୁ ସଂଗ୍ରହ କରିବାକୁ ଯାଇ ମହୁମାଛି ଆକ୍ରମଣରେ ଜଣେ ଯୁବକ ପ୍ରାଣ ହରାଇଛନ୍ତି। ଏଥିସହ ୨ ଜଣ ଆହତ ହୋଇଛନ୍ତି। ଏପରି ଘଟଣା ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ଥାନା ଚେମଚେଟା ଗାଁରେ ଘଟିଛି।
ଗତକାଲି ସନ୍ଧ୍ୟାରେ ଏହି ଗାଁର ୭ ଜଣ ନିକଟସ୍ଥ ଜଙ୍ଗଲକୁ ମହୁ ସଂଗ୍ରହ କରିବାକୁ ଯାଇଥିଲେ। ମାତ୍ର ସେମାନଙ୍କ ମଧ୍ୟରୁ ମହୁମାଛି ଆକ୍ରମଣରେ ୩ ଜଣ ଗୁରୁତର ହୋଇଥିଲେ। ଗ୍ରାମବାସୀ ଖବର ପାଇ ସେମାନଙ୍କୁ ଉଦ୍ଧାର କରି ଉଦଳା ମେଡିକାଲରେ ଭର୍ତ୍ତି କରିଥିଲେ। ସେମାନଙ୍କ ମଧ୍ୟରୁ ସନିଆ ଭକ୍ତା ନାମକ ଯୁବକଙ୍କର ଗତକାଲି ବିଳମ୍ବିତ ରାତିରେ ମୃତ୍ୟୁ ହୋଇଥିଲା। ଆଉ ୨ ଜଣ ଚିକିତ୍ସାଧୀନ ଅଛନ୍ତି।
ଅବଶିଷ୍ଟ ୪ ଜଣ ଜଙ୍ଗଲରୁ ସୁରକ୍ଷିତ ଭାବେ ଫେରି ଆସିଥିବା ସୂଚନା ମିଳିଛି। କପ୍ତିପଦା ଥାନା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Politics
ପୁଣି ପାଣ୍ଡିଆନଙ୍କ ପାଇଁ ଢାଲ ହେଲେ ନବୀନ: ବିଜେଡିରେ ଅରାଜକତା, ମେଳିକୁ ମିଳିଲା ବଳ, ବିଭାଜନ ଆସନ୍ନ
ପାଣ୍ଡିଆନଙ୍କୁ ନେଇ ଦଳରେ ବଢ଼ୁଥିବା ଅସନ୍ତୋଷ ଓ ମେଳିକୁ ଦେଖି ଆଜି ସନ୍ଧ୍ୟାରେ ନବୀନ ନାଟକୀୟ ଢଙ୍ଗରେ ଦୁଇଟି ଜାତୀୟ ନ୍ୟୁଜ ଏଜେନ୍ସୀକୁ ଡକାଇ ବୟାନ ଦେଇଛନ୍ତି ।

Politics
କେବେ ଓଡ଼ିଶା ପାଇବ ବକେୟା ଟିକସ?
ସୁପ୍ରିମକୋର୍ଟଙ୍କ ଏହି ଐତିହାସିକ ରାୟ କାର୍ଯ୍ୟକାରୀ ହେଲେ ନାଲକୋ ଭଳି ରାଷ୍ଟ୍ରାୟତ୍ତ କମ୍ପାନୀଗୁଡ଼ିକୁ ବିଭିନ୍ନ ଖଣି-ଭିତ୍ତିକ ରାଜ୍ୟକୁ 70 ହଜାର କୋଟି ଟଙ୍କା ଓ ଘରୋଇ କମ୍ପାନୀଗୁଡ଼ିକୁ 80 ହଜାର କୋଟି ଟଙ୍କା ଦେବାକୁ ପଡ଼ିବ ବୋଲି ଆକଳନ କରାଯାଇଛି।

Special
ଚିନ୍ତାରେ ଚିନ୍ତାମଣିପୁର ଗ୍ରାମବାସୀ
୨୫ ବର୍ଷ ଧରି ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ରାଜ୍ୟରେ ସରକାର କରିଥିଲା। କିନ୍ତୁ ତା’ ମଧ୍ୟରେ କଟକ ଜିଲ୍ଲାରେ ଥିବା ଚିନ୍ତାମଣିପୁର ଗାଁ ଲୋକଙ୍କ ସମସ୍ୟା ଦୂର ହୋଇପାରିଲା ନାହିଁ।

Politics
ଚରମରେ ପହଂଚିଲାଣି ବିଜେଡି ବିଶୃଙ୍ଖଳା : ନବୀନ ବିନ୍ଦାସ, ପୁଣି ବବି ଦେଖାଇଲେଣି ମାମଲାତି
ବିଜେଡିର ଅଘୋଷିତ ସର୍ବେସର୍ବା ଭିକେ ପାଣ୍ଡିଆନଙ୍କ ଆତ୍ମଘୋଷିତ କ୍ରୀତଦାସ ପ୍ରଣବପ୍ରକାଶ ଦାସ ଓରଫ ବବି ଆଜି ଦୀର୍ଘଦିନ ପରେ ପୁଣିଥରେ ନବୀନ ନିବାସରେ ନିଜର ମାମଲାତି ଦେଖାଇବା ଆରମ୍ଭ କରିଛନ୍ତି।

Guest Column
ଏକ ରାଜନୈତିକ ବିପର୍ଯ୍ୟୟ ଓ ଉତ୍ତୀର୍ଣ୍ଣ ହେବାର ସଂକଳ୍ପ
କେବଳ ଗୋଟିଏ ବିକଳ୍ପ ଭାବେ ଅନ୍ୟ ଏକ ରାଜନୈତିକ ଦଳ ମୁଣ୍ଡ ଟେକି ଉଠିଲେ ହୁଏତ ବିଜେଡିର ବିଦ୍ରୋହୀମାନେ ସେଥିରେ ସାମିଲ ହୋଇ ଆଗକୁ ପାଦ ବଢ଼ାଇବାର ବିଚାର କରିପାରନ୍ତେ।