ମାଳକାନଗିରି(ଜିତେନ୍ଦ୍ର ବେଉରା): ମାଛ ଧରିବାକୁ ଯାଇ ନଦୀରେ ଭାସିଗଲେ ଯୁବକ । ବହୁ ଖୋଜାଖୋଜି ପରେ ମିଳିଲା ମୃତଦେହ । ମୃତ ଯୁବକଜଣକ ହେଉଛନ୍ତି ମାଲକାନଗିରି ଜିଲ୍ଲା କାଲିମେଳା ଥାନା ଅଧୀନ ବୁଦୁଗୁଡା ଗ୍ରାମର ଜଗନ୍ନାଥ ଗଉଡ଼।
ଜଗନ୍ନାଥ ଗତ ମଙ୍ଗଳବାର ମାଛ ଧରିବାକୁ ନିକଟସ୍ଥ ନଦୀକୁ ଯାଇଥିଲେ। ମାତ୍ର ନଦୀର ପ୍ରଖର ସ୍ରୋତରେ ସେ ଭାସି ଯାଇଥିଲେ। ସ୍ଥାନୀୟ ଲୋକେ ବହୁ ଖୋଜାଖୋଜି କରିବାପରେ ଯୁବକଙ୍କ ସନ୍ଧାନ ପାଇ ନ ଥିଲେ । ପରେ ଦମକଳ ବାହିନୀକୁ ଖବର ଦେଇଥିଲେ । ଦମକଳ ବାହିନୀ ଓ ପୁଲିସ୍ କର୍ମଚାରୀ ପହଞ୍ଚି ବହୁ ଖୋଜାଖୋଜି କରିବା ସତ୍ତ୍ୱେ ମଙ୍ଗଳବାର ଜଗନ୍ନାଥଙ୍କ କୌଣସି ସନ୍ଧାନ ମିଳି ନ ଥିଲା। ଏହାପରେ ବୁଧବାର ପୁଣି ଥରେ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଥିଲା। ଦୀର୍ଘ ସମୟ ପରେ ଜଗନ୍ନାଥଙ୍କ ମୃତଦେହକୁ ଉଦ୍ଧାର କରିଥିଲେ ଅଗ୍ନିଶମ କର୍ମଚାରୀ।
ମୃତଦେହକୁ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। ପରେ ଗାଁରେ ଜଗନ୍ନାଥଙ୍କ ମୃତଦେହ ସତ୍କାର କରାଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ପ୍ରଧାନମନ୍ତ୍ରୀ ମୋଦି କରିବେନି ରୋଡ୍ ଶୋ’, ରିପୋର୍ଟ କାର୍ଡ ଦେବେ ମୋହନ ସରକାର
ସ୍ୱାଧୀନତା ପରେ ପ୍ରଥମଥର ପାଇଁ ଓଡ଼ିଶାରେ ସର୍ବଭାରତୀୟ ପୁଲିସ ଡିଜି ସମ୍ମିଳନୀ ଆୟୋଜନ ହେଉଛି । ସମ୍ମିଳନୀର ଦ୍ୱିତୀୟ ଦିନ ଅର୍ଥାତ୍ ନଭେମ୍ବର ୩୦ତାରିଖରେ ପ୍ରଧାନମନ୍ତ୍ରୀ ଏହି ସମ୍ମିଳନୀରେ ଯୋଗ ଦେଇ ଡିସେମ୍ବର ୧ରେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ।
Jobs
ଆଗାମୀ ଦିନରେ ଫାୟାର ମ୍ୟାନ ପଦବୀରେ ନିଯୁକ୍ତ ହୋଇପାରନ୍ତି ମହିଳା
୮୨୬ ଜଣ ଆଗ୍ନିକ ଓ ୧୧୫ ଜଣ ଆଗ୍ନିକ ଗାଡିଚାଳକଙ୍କୁ ନିଯୁକ୍ତିପତ୍ର ପ୍ରଦାନ।
Crime
ପୁଲିସ୍ ଓ ଓକିଲ କହି ଟଙ୍କା ଆଦାୟ କରୁଥିଲେ ଦୁଇ ଯୁବକ
ଅଭିଯୋଗ ଅନୁସାରେ ଦୁଇ ଧ୍ରୁତ ହେଉଛନ୍ତି ନୟାଗଡ ଜିଲ୍ଲା ସରୋଡା ଗାଁର କାର୍ତ୍ତିକ ରାଉତରାୟ ଓ ଏକାନ ପାଣି। ଏମାନେ କୁଆଡେ ଜାନୁଆରୀ ୨୩ ତାରିଖରେ ଚାଲାଣଗୁଡା ସରପଞ୍ଚ ଇରମା ମାଢ଼ିଙ୍କୁ ଫୋନ୍ କରିଥିଲେ।
Politics
ନିର୍ବାଚନ ପୂର୍ବରୁ ବିଜେଡି ସରକାର ବାଣ୍ଟିଥିଲେ ୨୫୨କୋଟି ଟଙ୍କାର ଝୋଟବ୍ୟାଗ
ରାଜ୍ୟବାସୀ ବିଜେଡି ସରକାରକୁ ବାଏବାଏ କରି ବିଜେପି ସରକାରକୁ କ୍ଷମତାସୀନ କରିବା ପରେ ଏହି ତଥ୍ୟ ପଦାକୁ ଆସିଛି ।
Miscellaneous
ଯୁଦ୍ଧଭୂମିର ଭ୍ରମ; ପୁରୀରେ ଘୁଁ ଘୁଁ ଗର୍ଜନ କରୁଛନ୍ତି ଯୁଦ୍ଧ ଟ୍ୟାଙ୍କ
ବାହ୍ୟ ଶତ୍ରୁ ଆକ୍ରମଣର ମୁକାବିଲା ସହ ପରାକ୍ରମ ଦେଖାଇବାକୁ କେତେ ସଜାଗ ଭାରତୀୟ ନୌସେନା, ସେନେଇ ପ୍ରଦର୍ଶିତ ହେବ ଦୁଃସାହସିକ ରଣକୌଶଳ।