ସ୍କୁଟିରେ ଆସି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ

ଆଠଗଡ଼(ନୀଳକଣ୍ଠ ଦୋରା): ଆଜି ସକାଳୁ ଘଟିଛି ଅଘଟଣ ।  ମହାନଦୀକୁ ଡେଇଁ ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ତାଙ୍କ ପରିଚୟ ମିଳିପାରିନି। ଆଜି ସକାଳ ପ୍ରାୟ ୮ଟା ବେଳେ ଜଣେ ଯୁବକ ସ୍କୁଟିରେ ମୁଣ୍ଡଳି ବ୍ରିଜ ଉପରକୁ ଆସିଥିଲେ। ବ୍ରିଜ ଉପରେ ଗାଡ଼ିଟି ରଖିଦେଇ ହଠାତ୍‌ ସେ ପାଣିକୁ ଡେଇଁପଡ଼ିଥିଲେ। ପ୍ରତ୍ୟକ୍ଷଦର୍ଶୀ ଏହା ଦେଖି ତୁରନ୍ତ ପୁଲିସ୍‌ ଓ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଖବର ପାଇ ଅଗ୍ନିଶମ କର୍ମଚାରୀ ପହଞ୍ଚି ଖୋଜାଖୋଜି ଆରମ୍ଭ କରିଛନ୍ତି । […]

team

team

Niharika Rout
  • Published: Saturday, 27 August 2022
  • Updated: 27 August 2022, 10:20 AM IST

Sports

Latest News

ଆଠଗଡ଼(ନୀଳକଣ୍ଠ ଦୋରା): ଆଜି ସକାଳୁ ଘଟିଛି ଅଘଟଣ ।  ମହାନଦୀକୁ ଡେଇଁ ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ତାଙ୍କ ପରିଚୟ ମିଳିପାରିନି।

ଆଜି ସକାଳ ପ୍ରାୟ ୮ଟା ବେଳେ ଜଣେ ଯୁବକ ସ୍କୁଟିରେ ମୁଣ୍ଡଳି ବ୍ରିଜ ଉପରକୁ ଆସିଥିଲେ। ବ୍ରିଜ ଉପରେ ଗାଡ଼ିଟି ରଖିଦେଇ ହଠାତ୍‌ ସେ ପାଣିକୁ ଡେଇଁପଡ଼ିଥିଲେ। ପ୍ରତ୍ୟକ୍ଷଦର୍ଶୀ ଏହା ଦେଖି ତୁରନ୍ତ ପୁଲିସ୍‌ ଓ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ।

ଖବର ପାଇ ଅଗ୍ନିଶମ କର୍ମଚାରୀ ପହଞ୍ଚି ଖୋଜାଖୋଜି ଆରମ୍ଭ କରିଛନ୍ତି । ହେଲେ ନିଖୋଜ ଯୁବକଙ୍କ ପତ୍ତା ମିଳିପାରିନି।  ଏହାବାଦ ତାଙ୍କ ପରିଚୟ ମଧ୍ୟ ସ୍ପଷ୍ଟ ହୋଇପାରିନି। କ’ଣ ପାଇଁ ଯୁବକଜଣକ ଏପରି ଚରମ ପଦକ୍ଷେପ ନେଲେ ତାହା ପଛରେ କାରଣ କ’ଣ ରହିଛି ତାହା ସ୍ପଷ୍ଟ ହୋଇପାରିନି। ପୁଲିସ୍‌ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି। ମହାନଦୀରେ ବନ୍ୟା ପାଣି ଯୋଗୁ ସ୍ରୋତ ପ୍ରଖର ଥିବାରୁ ଖୋଜାଖୋଜି ବାଧାପ୍ରାପ୍ତ ହେଉଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos