Advertisment

କରୋନା ଯୁଦ୍ଧରେ ହାରିଗଲେ ଯୁବ ସାମ୍ବାଦିକ ପ୍ରବୀର ପ୍ରଧାନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ଯୁଦ୍ଧରେ ହାରିଗଲେ ନ୍ୟୁଜ୍‌ ୧୮ ଓଡ଼ିଆର ଯୁବ ସାମ୍ବାଦିକ ପ୍ରବୀର ପ୍ରଧାନ।  ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି । ଗତ କିଛି ଦିନ ଧରି ସେ କରୋନାରେ ଆକ୍ରାନ୍ତ ଥିଲେ । ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତେବେ ଚିକିତ୍ସା ପରେ ମଧ୍ୟ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ କୌଣସି ପରିବର୍ତ୍ତନ ଘଟିନଥିଲା । ଶେଷରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ […]

ଅଦ୍ୟତନ ହୋଇଛି
କରୋନା ଯୁଦ୍ଧରେ ହାରିଗଲେ ଯୁବ ସାମ୍ବାଦିକ ପ୍ରବୀର ପ୍ରଧାନ

prabir-2

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ଯୁଦ୍ଧରେ ହାରିଗଲେ ନ୍ୟୁଜ୍‌ ୧୮ ଓଡ଼ିଆର ଯୁବ ସାମ୍ବାଦିକ ପ୍ରବୀର ପ୍ରଧାନ।  ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି ।

Advertisment

ଗତ କିଛି ଦିନ ଧରି ସେ କରୋନାରେ ଆକ୍ରାନ୍ତ ଥିଲେ । ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତେବେ ଚିକିତ୍ସା ପରେ ମଧ୍ୟ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ କୌଣସି ପରିବର୍ତ୍ତନ ଘଟିନଥିଲା । ଶେଷରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଏହି ଖବର ପ୍ରଚାରିତ ହେବା ପରେ ସାମ୍ବାଦିକ ମହଲରେ ଶୋକର ଛାୟା ଖେଳି ଯାଇଛି।

ସୂଚନାଯୋଗ୍ୟ, ଆଇଆଇଏମ୍‌ସି ଢେଙ୍କାନାଳରୁ ସାମ୍ବାଦିକତା ପାଠ ପଢିଥିବା ପ୍ରବୀର ପୂର୍ବରୁ ବିଭିନ୍ନ ଖବରକାଗଜ ସହ ନ୍ୟୁଜ୍‌  ଚ୍ୟାନେଲରେ ମଧ୍ୟ କାମ କରିଥିଲେ । କିଛି ଦିନ ତଳେ ପ୍ରବୀରଙ୍କ ବାପାଙ୍କର ମଧ୍ୟ କରୋନାରେ ପରଲୋକ ଘଟିଥିଲା । ପ୍ରବୀରଙ୍କ ପତ୍ନୀ ଓ ଛୋଟ ଝିଅ ଅଛନ୍ତି । ଭୁବନେଶ୍ୱରସ୍ଥିତ ସତ୍ୟନଗର ଶ୍ମଶାନରେ କୋଭିଡ୍ ଗାଇଡଲାଇନ୍ ଅନୁସାରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି । ଅନ୍ତିମ ସଂସ୍କାର ବେଳେ ଶତାଧିକ ସାମ୍ବାଦିକ ଉପସ୍ଥିତ ରହି ପ୍ରବୀରଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe