ଭଦ୍ରକ(ପ୍ରାର୍ଥ ସାରଥୀ ନାୟକ): ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତ ଯୁବକ ଜଣଙ୍କ ହେଲେ ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ବିଜେଗଙ୍ଗାଧରପୁର ଗାଁର ବିଦ୍ୟାଧର ମାଝୀ।
ଗତକାଲି ବିଦ୍ୟାଧର ବିବାହ ଭୋଜି ଖାଇବା ପାଇଁ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ଆସିଥିଲେ। ଏହି ବିବାହ ଭୋଜିକୁ ପରିଡା ସାହିର ଆଦିତ୍ୟ ରାଉତ ମଧ୍ୟ ଆସିଥିଲେ। କୌଣସି କଥାକୁ ନେଇ ଆଦିତ୍ୟ ଓ ବିଦ୍ୟାଧରଙ୍କ ମଧ୍ୟରେ ବଚସା ହୋଇଥିଲା। ପରେ ବିଦ୍ୟାଧର ଭୋଜି ଖାଇ ଘରୁ ଫେରୁ ଥିବାବେଳେ ବାଟରେ ଆଦିତ୍ୟ ଏକ ବାଉଁଶ ଆଣି ତାଙ୍କୁ ମୁଣ୍ଡକୁ ପିଟି ଦେଇଥିଲେ। ଘଟଣାସ୍ଥଳରେ ବିଦ୍ୟାଧରଙ୍କ ମୃତ୍ୟୁ ଘଟିଥିଲା। ଘଟଣାପରେ ଆଦିତ୍ୟ ଫେରାର ହୋଇଯାଇଥିଲେ।
ବିଦ୍ୟାଧରଙ୍କ ପରିବାର ପକ୍ଷରୁ ଏନେଇ ଥାନାରେ ଲିଖିତ ଅଭିଯୋଗ କରାଯାଇଛି। ପୁଲିସ ମୃତଦେହ କୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।