ଯାଜପୁର(ଗୁଲାମ ଗସ): ଯାଜପୁର ଜେନାପୁର ଥାନା ପୁଲିସ ଆଜି ନକଲି ନୋଟ ଜବତ କରିଛି। ଏହି ଘଟଣାରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଢେଙ୍କାନାଳ ଜିଲ୍ଲା ନେହଲପ୍ରସାଦ ଅଞ୍ଚଳର ବିକାଶ ମଲିକ।
ବିକାଶ ଆଜି ଘାସିବର ଛକ ନିକଟରେ ଏକ ଦୋକାନରୁ ପେଟ୍ରୋଲ କିଣି ନକଲି ୫୦୦ ଟଙ୍କିଆ ନୋଟ ଦେଇଥିଲେ। ତେବେ ଦୋକାନୀ ନକଲି ନୋଟ ପୁଲିସକୁ ଖବର ଦେଇଥିଲା। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଅଭିଯୁକ୍ତକୁ ଗିରଫ କରିଛି। ଏଥିସହ ବିକାଶଠାରୁ ଆଉ ୨ଟି ନକଲି ୫୦୦ ଟଙ୍କିଆ ନୋଟ ଜବତ କରିଛି। ତେବେ କେତେଦିନ ଧରି ଏହି ଜାଲ୍ ନୋଟ୍ କାରବାର ଚାଲିଥିଲା, ତାହା ପଣାପଡ଼ିଛି। ପୁଲିସ ବିଭିନ୍ନ ଦିଗରୁ ଘଟଣାର ତଦନ୍ତ ଆରମ୍ଭ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।